ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ, ଆସନ୍ତା ୫ ଦିନ ଯାଏଁ ବର୍ଷା ଜାରି

Published By : Prameya-News7 Bureau | July 30, 2023 IST

ଭୁବନେଶ୍ୱର ୩୦।୦୭ : ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ରବିବାର ପାଇଁ ବରଗଡ଼, ବଲାଙ୍ଗିର, ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ ଏବଂ କେନ୍ଦ୍ରାପଡ଼ା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, କଟକ, ଯାଜପୁର, ପୁରୀ, ଅନୁଗୁଳ, ଦେବଗଡ଼, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଓ ଖୋର୍ଧା ଜିଲ୍ଲାରେ ପ୍ରବଳ ବର୍ଷାକୁ ନଜରରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଅଗଷ୍ଟ ୧ ଓ ୨ ତାରିଖରେ ଅତ୍ୟଧିକ ବର୍ଷା ହୋଇପାରେ। ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ଆଜିଠାରୁ ଅଗଷ୍ଟ ୪ ପର୍ଯ୍ୟନ୍ତ, ଦକ୍ଷିଣ ଆଭ୍ୟନ୍ତରରେ ଅଗଷ୍ଟ ୩ ପର୍ଯ୍ୟନ୍ତ, କେନ୍ଦ୍ରୀୟ ଓଡ଼ିଶାରେ ୩୦ ରୁ ୩ ତାରିଖ ପର୍ଯ୍ୟନ୍ତ ଓ ଦକ୍ଷିଣ ଉପକୂଳରେ ୨ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ।

wp:embed {"url":"https://www.prameyanews7.com/state-association-has-to-ensure-the-entire-ground-has-to-be-covered-during-the-world-cup/","type":"wp-embed","providerNameSlug":"prameya-news-7"}
https://www.prameyanews7.com/state-association-has-to-ensure-the-entire-ground-has-to-be-covered-during-the-world-cup/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.