ବଦଳିଲା ପାଣିପାଗର ମିଜାଜ୍, ବୁଧବାରଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ

Published By : Prameya-News7 Bureau | June 26, 2024 IST

ଭୁବନେଶ୍ୱର ୨୬।୦୬ : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ବୁଧବାରଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ ଦେଇଛି । 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି ଯେ, ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ ରାଜ୍ୟରେ ଭାରୀ ବର୍ଷା ହେବ। ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ବରଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । ୩୦ରୁ ୪୦କିମି ବେଗରେ ପବନ ବହିପାରେ । 

ସେହିପରି ୨୭ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣଓଡ଼ିଶାରେ ବି ବର୍ଷା ହେବ । ୨୯ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ । ଆଜି ଜଗତ୍‌ସିଂହପୁରରେ ସର୍ବାଧିକ ୪୯.୨ମିମି ବର୍ଷା ହୋଇଛି । ନୟାଗଡ଼ରେ ୨୪, ଚାନ୍ଦବାଲିରେ ୨୨.୮ ମିମି, ଦାରିଙ୍ଗିବାଡ଼ିରେ ୨୨, ବାରିପଦାରେ ୯ମିମି ବର୍ଷା ହୋଇଛି।

  • Weather
  • Weather Forecast
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.