ଗୋପାଳପୁର ଠାରୁ ୧୩୦କି.ମି. ଦୂରରେ ଅବପାତ କେନ୍ଦ୍ରୀଭୂତ, ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | July 19, 2024 IST

ଭୁବନେଶ୍ବର : ଉତ୍ତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ୧୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । 

ଏହାର ଗତି ଉତର ପଶ୍ଚିମ ମୁହାଁ ହେବା ସମ୍ଭାବନା ଥିବା ବେଳେ ଶନିବାର ପୂର୍ବାହ୍ଣ ସୁଦ୍ଧା ପୁରୀ ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ସିଇସି ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଦକ୍ଷିଣ ଏବଂ ପଶ୍ଚିମ ଅଂଚଳରେ ଶୁକ୍ରବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । 

ସେହିପରି ଶୁକ୍ରବାର ରାତିରୁ ଉପକୂଳ, ଉତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ଏହି ପ୍ରକ୍ରିୟ।। ଜାରି ରହିବ । ସେହିପରି ମଙ୍ଗଳବାର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି । 

ଆସନ୍ତା ମଙ୍ଗଳବାର ଠାରୁ ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଉତର ଓ ପଶ୍ଚିମ ଓଡ଼ିଶାରେ ତଥା ମହାନଦୀ, ବୈତରଣୀ, ବ୍ରାହ୍ମଣୀ, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଯାହାକି ଆଗାମୀ ଶୁକ୍ରବାର ପର୍ଯ୍ୟନ୍ତ ଜାରି ରହିବ ।

You Can Read:

ଝାମ୍ପି ନେଇଥିଲେ ମହିଳାଙ୍କ ବେକରୁ ସୁନା ଚେନ୍, ଗିରଫ ହେଲେ ସ୍ନାଚର୍ ସହ ୨ ରିସିଭର

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.