୨୪ ଘଣ୍ଟାରେ ଭିଜିବ ଉତ୍ତର ଓ ଦକ୍ଷିଣ ଓଡ଼ିଶା, ଆହୁରି ୫ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା !

Published By : Prameya-News7 Bureau | July 07, 2024 IST

ଭୁବନେଶ୍ବର ୭।୭: ଆସନ୍ତା ୨୪ ଘଣ୍ଟାରେ ବର୍ଷା । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି । କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ ଓ କେଉଁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତାକାଲି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ଏନେଇ ଜିଲ୍ଲା ଗୁଡ଼ିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ୯ରୁ ବର୍ଷାର ପରିମାଣ କମିବ । ୧୧ରୁ ପୁଣି ବର୍ଷାର ପରିମାଣ ବଢ଼ିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ସେପଟେ ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୯୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏଭଳି ପାଗ ଆସନ୍ତା ୫ ଦିନ ଧରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ରାଜ୍ୟରେ ଏବେବି ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ଆଗାମୀ ୫ ଦିନର ବର୍ଷା ଏହାକୁ ଭରଣ କରିପାରେ ବୋଲି ବିଶେଷଜ୍ଞ କହିଛନ୍ତି । 

You Can Read:

ଚିଲିକାର ନୀଳ ଜଳରାଶି ବଡ଼ଦାଣ୍ଡ, ଢେଉରେ ମହାପ୍ରଭୁଙ୍କ ବିରଳ ରଥଯାତ୍ରା

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.