କଟକ ୭।୪: ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢିଲା । ଆସନ୍ତା ମେ’ ୬ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷା ବୃଦ୍ଧି ହୋଇଛି । ଏହି ଅବଧି ମଧ୍ୟରେ ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ । ତେବେ ମେ’ ୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ।
ସୂଚନାଯୋଗ୍ୟ ଯେ, ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନ ଲିମିଟେଡ୍ ପାଇଁ ଏକ ବିଲ୍ ପାସ୍ କରିବାକୁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ନେଇ ସିବିଆଇ ପକ୍ଷରୁ ମାମଲା ହୋଇଥିଲା । ସିବିଆଇ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ଉ ମଧ୍ୟ କରିଥିଲା । FIRରେ ନାଁ ନଥିଲେ ମଧ୍ୟ ସିବିଆଇର ଏପରି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସିବିଆଇର ବେଆଇନ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇବା ପାଇଁ ପ୍ରାର୍ଥନା କରିଥିଲେ ।
ତେବେ ଗତ ଫେବୃଆରୀ ମାସରେ ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନ ଲିମିଟେଡ୍ ଲାଞ୍ଚ ମାମଲାରେ ସିବିଆଇ ପକ୍ଷରୁ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ଉ କରାଯାଇଥିଲା । ସିବିଆଇର ଏଭଳି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିଥିଲେ ବିଷ୍ଣୁପଦ ସେଠୀ । ଏହା ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ହାଇକୋର୍ଟରେ ବିଚାରପତି ଏସ.କେ. ପାଣିଗ୍ରାହୀ ମାମଲାର ଶୁଣାଣି କରିଥିଲେ । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ବିଷ୍ଣୁପଦଙ୍କ ବିରୋଧରେ ସିବିଆଇ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ ବୋଲି ପୂର୍ବରୁ ଅନ୍ତରୀଣ ସୁରକ୍ଷା ନିର୍ଦ୍ଦେଶ ମଧ୍ୟ ଦେଇଥିଲେ । ତେବେ ଏହି ଅନ୍ତରୀଣ ସୁରକ୍ଷା ଆସନ୍ତା ମେ’ ୬ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷା ବୃଦ୍ଧି ହୋଇଛି ।
You Can Read:
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ : କ୍ୟାବିନେଟ୍ରେ ଉପସ୍ଥାପନ ହେବ ତଦନ୍ତ ରିପୋର୍ଟ