ବନ୍ଦ ହେଲା ହୀରାକୁଦର ୨ଟି ଗେଟ୍, ୧୮ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

Published By : Prameya-News7 Bureau | July 31, 2024 IST

ସମ୍ବଲପୁର ୩୧: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍ । ଏବେ ମୋଟ୍ ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୨ଟି ଓ ଡାହାଣ ପାର୍ଶ୍ବରେ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । 

ସକାଳ ୬ଟା ସୁଦ୍ଧା ହୀରକୁଦ ଜଳଭଣ୍ଡାରର ଜଳସ୍ତର ୬୧୧.୮୫ ଫୁଟ ରହିଛି । ଜଳଭଣ୍ଡାର ଭିତରକୁ ପ୍ରବେଶ କରୁଛି ୧ ଲକ୍ଷ ୫୭ ହଜାର ୨୭୨ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୩ ଲକ୍ଷ ୯ ହଜାର ୭୪୦ କ୍ୟୁସେକ ଜଳ ।

You Can Read:

ବିଧାନସଭା ଅଧିବେଶନର ୮ମ ଦିନ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.