ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ, ପରବର୍ତ୍ତୀ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ପାଇଁ ସୁନା ପଦକ କାମନା କଲେ

Published By : Prameya-News7 Bureau | August 16, 2024 IST

ଭୁବନେଶ୍ବର ୧୬ଭାରତୀୟ ହକି ଦଳର ଓଡ଼ିଆ ଖେଳାଳୀ ଅମିତ ରୋହିଦାସଙ୍କୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ନବୀନ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି । ଅମିତଙ୍କୁ   ରୁପା ତାରକସି କାମର ରଥାରୂଢ଼ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି ଏବଂ ଉତ୍ତରୀୟ ଦେଇ ନବୀନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅମିତ ରୋହିଦାସଙ୍କୁ ଓଡିଶାର ଗର୍ବ ଭାବରେ ନବୀନ ପଟ୍ଟନାୟକ ବର୍ଣ୍ଣନା କରିବା ସହ ଯୁବପିଢ଼ିକୁ ତାଙ୍କର ସଫଳତା ପ୍ରେରଣା ଦେଇଚାଲିବ ବୋଲି କହିଥିଲେ l 

ଓଡିଶା ଭାରତୀୟ ହକି ଦଳକୁ ପ୍ରାୟୋଜିତ କରିବା ପରେ ଲଗାତାର ଦୁଇଟି ଅଲିମ୍ପିକରେ ଦଳ ଦୁଇ ଦୁଇଟି ବ୍ରୋଞ୍ଜ ପଦକ ପାଇ ଦେଶର ଗୌରବ ବୃଦ୍ଧି କରିଥିବାରୁ ନବୀନ ପଟ୍ଟନାୟକ ଅମିତଙ୍କୁ ଓ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଥିଲେ l ଆଗାମୀ ଲସଏଞ୍ଜେଲ୍ସ ଅଲିମ୍ପିକରେ ଭାରତୀୟ ଦଳ ଆହୁରି ଭଲ ପ୍ରଦର୍ଶନ କରି ସୁନା ପଦକ ଜିତିବ ବୋଲି ନବୀନ ପଟ୍ଟନାୟକ ଦୃଢ଼ ଆଶା ବ୍ୟକ୍ତ କରିଥିଲେ. ସମ୍ବର୍ଦ୍ଧନା ପାଇଁ ଧନ୍ୟବାଦ ଜଣାଇବା ନବୀନ ପଟ୍ଟନାୟକଙ୍କୁ ପ୍ୟାରିସ ଅଲିମ୍ପିକର ମାସକଟ୍ ପ୍ରଦାନ କରିବା ସହ ଭାରତୀୟ ହକି ଦଳର ଏହି ସଫଳତାରେ ନବୀନ ପଟ୍ଟନାୟକଙ୍କ ପ୍ରୋତ୍ସାହନ ପାଇଁ ଦଳ ପକ୍ଷରୁ ଅମିତ ତାଙ୍କୁ କୃତଜ୍ଞତା  ଜଣାଇଥିଲେ ।

You Can Read:

ଦାୟିତ୍ବ ଗ୍ରହଣ କଲେ ନୂଆ ପୋଲିସ ଡିଜି ୱାଇ. ବି. ଖୁରାନିଆ, କହିଲେ- ‘ଅପରାଧ ନିୟନ୍ତ୍ରଣ ଆମ ପ୍ରାଥମିକତା’

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.