ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

Published By : Prameya-News7 Bureau | March 12, 2025 IST

ଭୁବନେଶ୍ବର : ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଶାହ ଯୋଗଦେବେ ।


ସେପଟେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିବେ । ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସ୍‌ପି । 

ସୂଚନା ଥାଉକି, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ । ସେଠାରେ ପୂଜାର୍ଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

You Can Read:

ଭରତପୁର ଥାନା ବିବାଦ ମାମଲା : ସମସ୍ତଙ୍କର ସହଯୋଗରୁ ନିର୍ଦ୍ଧାରିତ ସମୟରେ ତଦନ୍ତ ସରିଛି ବୋଲି କହିଲେ ଜଷ୍ଟିସ୍ ସି.ଆର୍. ଦାସ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.