ମେଷ- ଦୁର୍ବଳମନା ହୋଇପାରନ୍ତି । କର୍ମକ୍ଷେତ୍ରରେ ବିରୋଧାଭାବ ଦେଖା ଦେବ। ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ପରିବାର ଲୋକଙ୍କ ଠାରୁ ଖୁସିର ବାର୍ତ୍ତା ମିଳିବ। ବ୍ୟବସାୟରେ ଏତେ ଲାଭ ହେବ ନାହିଁ। ପାରିବାରିକ ସମ୍ପର୍କ ସୁଦୃଢ଼ ହେବ ।
ବୃଷ- ସେବା ପୂଜାରେ ମନୋନିବେଶ କରିବେ। ବ୍ୟବସାୟୀମାନେ ରିସ୍କ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀମାନଙ୍କ ପାଇଁ ବହୁ ପରିଶ୍ରମ ଲଘୁ କ୍ରିୟା । ରୋଜଗାରର ନୂଆ ପନ୍ଥା ଆପଣଙ୍କୁ ଦେଖାଦେବ। ପଥ ରୋଧ ହେବାର ସମ୍ଭାବନା ରହିଛି ।
ମିଥୁନ- ଏକାଦଶ ଚନ୍ଦ୍ର କାଳ ଭୋଗ ଯୋଗୁ ପ୍ରତିଷ୍ଠା ବୃଦ୍ଧି ପାଇବ। ଶାରୀରିକ ଓ ମାନସିକ ଶାନ୍ତି ମିଳିବ। ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ। ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ। ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।
କର୍କଟ- ଆଶାନୁରୂପ ଅର୍ଥ ପ୍ରାପ୍ତିର ଯୋଗ ରହିଛି। ଲାଗି ରହିଥିବା ସମସ୍ୟାର ସମୂଳ ସମାଧାନ ହେବ। ରାଜନୈତିକ କ୍ଷେତ୍ରଟି ବହୁତ ଶୁଭ ଦାୟକ ରହିଛି । ନିବେଶ ପାଇଁ ଦିନଟି ଅନୁକୂଳ ରହିଛି। ଛାତ୍ରଛାତ୍ରୀମାନେ ଉପକୃତ ହେବେ।
ସିଂହ- କର୍ମ ଚଞ୍ଚଳ ହେବେ। ଗୃହରେ ସୁଖ ସମ୍ମାନ ପ୍ରାପ୍ତି ହେବ। ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟରେ ମନୋନିବେଶ କରିବେ । କର୍ମ କ୍ଷେତ୍ରରେ କିଛି ଲାଭ ଦାୟକ ପ୍ରୟାସ କରିବେ। ବ୍ୟବସାୟୀଙ୍କ ପାଇଁ ରୋଜଗାରର ନୂଆ ପନ୍ଥା ଦେଖାଯିବ ।
କନ୍ୟା- ସେବାପୂଜା ମନୋନିବେଶ କରିବେ। ମନରେ ସାଧାରଣତଃ ଅଶାନ୍ତି ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ବାଧା ସୃଷ୍ଟି ହେବ । ଅଟକିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରି ରେ ଉନ୍ନତି ହେବ। ବିଦ୍ୟାର୍ଥୀମାନେ ପାଠରେ ମନଯୋଗ ଦେବେ ନାହିଁ।
ତୁଳା- ଗୃହରେ ଲାଗି ରହିଥିବା ସମସ୍ୟାର ସମାଧାନ ଖୋଜିବେ। ଶରୀର ପୀଡ଼ା ରହିବ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ । ଯାତ୍ରା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ ।
ବିଛା- କାର୍ଯ୍ୟ କ୍ଷେତ୍ରରେ ବିଶେଷ ସହାୟତା ମିଳିବ। ବନ୍ଧୁ ମିଳନର ଯୋଗ ରହିଛି। ନିଜ ପରାକ୍ରମ ବଳରେ ଶତ୍ରୁଙ୍କୁ ପରାସ୍ତ କରିବାର କ୍ଷମତା ରଖିବେ। ପରିବାରରେ ସୁଖ ଶାନ୍ତି ଲାଗି ରହିବ । ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହେବେ ।
ଧନୁ- ପରିବାରରେ ସୁଖ ସମାଚାର ଶୁଣିବାକୁ ମିଳିବ। ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ। ଶତ୍ରୁ ଭୟ ଲାଗି ରହିବ ।
ମକର- କର୍ମ କ୍ଷେତ୍ରରେ ନିଜକୁ ସଞ୍ଜତ କରି ରଖିବାକୁ ଚେଷ୍ଟା କରନ୍ତୁ। ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ ଅବନତି ଘଟିବ। ନୂଆ ବ୍ୟବସାୟ ଆରମ୍ଭ ପାଇଁ ଦିନଟି ଅନୁକୂଳ ହେବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। କିଛି କାର୍ଯ୍ୟକୁ ନେଇ ଚିନ୍ତା ଗ୍ରସ୍ତ ହେବ ।
କୁମ୍ଭ- ଦିନଟିରେ ଆପଣ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ। ହେଲେ ମଧ୍ୟ ପ୍ରତିବାଦର ଶିକାର ହେବେ । ମନୋବଳ ଦୃଢ଼ ରହିବ । ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ । ଜୀବନ ସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।
ମୀନ- ପରିଶ୍ରମ ଅଧିକ ରହିବ । ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି । ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭର ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଅମନଯୋଗୀ ହୋଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ – 8249826682