ମେଷ - ଅଷ୍ଟମ ଚନ୍ଦ୍ର ଯୋଗୁଁ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ ବିବାଦର ପରିସ୍ଥିତି ସୃଷ୍ଟି ହୋଇପାରେ ।
ବୃଷ - ବନ୍ଧୁ ସୁଖ ପ୍ରାପ୍ତ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟ ରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରି ପାରନ୍ତି । ଛାତ୍ର ଛାତ୍ରୀ ମାନଙ୍କର ପାଠ ରେ ମନ ଲାଗିବ ନାହିଁ ।ପ୍ରେମ ସମ୍ପର୍କ ରେ ନିଜକୁ ଭାଗ୍ୟ ଶାଳୀ ମାନେ କରିବେ।
ମିଥୁନ - ଷଷ୍ଠ ଚନ୍ଦ୍ର ଯୋଗୁଁ ସର୍ବ ପ୍ରକାର ଶୁଭ ଫଳ ପ୍ରାପ୍ତ ହେବ। ଆସନ୍ତାକାଲି ଦିନଟିରେ ଅଧିକ ଧନ ଉପାର୍ଜନର ସମ୍ଭାବନା ରହିଛି । ବିଦ୍ୟାର୍ଥୀ ମାନେ ପରିଶ୍ରମର ଫଳ ପ୍ରାପ୍ତି କରିବେ । ଚାଷ ଭଲ ହେବ । କାର୍ଯ୍ୟ କ୍ଷେତ୍ରରେ ଆଶା ଅନୁସାରେ ସଫଳତା ପ୍ରାପ୍ତ ହେବ ।
କର୍କଟ - ଚଲାପଥରେ ବାଧା ସୃଷ୍ଟି ହେବ । ଆର୍ଥିକ ଦୂରାବସ୍ଥା ଦେଖା ଦେବ ।ଅର୍ଥ ବିଷୟରେ ଚିନ୍ତା କରିବେ। ବନ୍ଧୁ ଙ୍କ ସହ କିଛଦିନ ବିଶେଷ ଆଲୋଚନା ରେ ଦିନରେ କଟିବ ।ଦାମ୍ପତ୍ୟ ଜୀବନରେ ବିବାଦର ସମ୍ଭାବନା ଅଛି ।
ସିଂହ - କର୍ଯ୍ୟହାନୀ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।ସ୍ବାସ୍ଥ୍ୟ ଅବସ୍ଥା ରେ ଅବନତି ଦେଖା ଦେବ। ବ୍ୟସ୍ତତା ଭିତରେ ଦିନଟି କଟିବ ପରିଶ୍ରମ ର ଫଳ ବହୁତ୍ ଭଲ ରହିବ ।ଭବିଷ୍ୟତ ପାଇଁ କିଛି ବଡ଼ ନିଷ୍ପତି ନେବେ ।କୌଣସି ସ୍ଥାନ ରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇ ପାରେ ।
କନ୍ୟା - ଭ୍ରମଣର ଯୋଗ ରହିଛି । କୌଣସି ଉଚ୍ଚ ସ୍ଥାନ ରୁ ସମ୍ମାନ ପ୍ରାପ୍ତି ହୋଇ ପାରେ । ଲାଗି ରହିଥିବା ମାଲି ମକୋଦ୍ଦାମା ର ଆଜି ଅନ୍ତ ଘଟିବ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ସରକାରୀ ଚାକିରିରେ ସ୍ଥାନ ପରିବର୍ତ୍ତନର ଯୋଗ ରହିଛି ।
ତୁଳା - ଅର୍ଥ ବ୍ୟୟ ହେବ ।ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚାନ୍ତ ହୋଇ ମାନସିକ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ ପାଇଁ ଅଧିକ ଅପେକ୍ଷା କରିବାକୁ ପଡ଼ିବ ।ଶୀଘ୍ର ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍ । ପ୍ରେମ ସମ୍ପର୍କ ରେ ଦୃଢ଼ତା ଆସିବ ।
ବିଛା - ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ ଆଜି କଲେ ଶୁଭ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାର ସହଯୋଗ ମିଳିବ ।
ଧନୁ - ଦ୍ଵାଦଶ ଚନ୍ଦ୍ର ଯୋଗୁଁ ବ୍ୟୟ ବୃଦ୍ଧି ହେବେ ।ଅଳସ୍ୟତା ଗ୍ରାସ କରିବ।ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାର ରେ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇ ପାରେ । ଅନାବଶ୍ୟକ କଳହରୁ ଦୂରେଇ ରୁହନ୍ତୁ ।
ମକର - ଏକାଦଶ ଚନ୍ଦ୍ର ଯୋଗୁଁ ଅଧିକ ଆୟ ର ଯୋଗ ରହିବ । ଗୃହ ରେ କିଛି ନୂତନ ଶୁଭ କାର୍ଯ୍ୟାରମ୍ଭ ହେବ। ସର୍ବ କାର୍ଯ୍ୟ ରେ ସଫଳତା ପ୍ରାପ୍ତ ହେବ ।ରାଜନୀତି ରେ ପଦୋନ୍ନତି ର ଯୋଗ ରହିଛି । ନୂଆ ଚାକିରି ଆଜି ଆପଣଙ୍କ ହାତ ପାଖରେ ପହଞ୍ଚିବ।
କୁମ୍ଭ - ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବ । ବନ୍ଧୁ ଙ୍କ ଗମନ ଗୃହ କୁ ହେବ । କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବାରୁ ମନ ପ୍ରଫୁଲ୍ଲ ରହିବ । ଧନ ଆଗମନର ସୂଚନା ରହିଛି । ବ୍ୟବସାୟ ଆଗକୁ ବଢିବ । କର୍ମ କ୍ଷେତ୍ର ରେ ସହଯୋଗ ଓ ଶିକ୍ଷା କ୍ଷେତ୍ର ରେ ସଫଳତା ର ଯୋଗ ରହିଛି ।
ମୀନ - ପରିବାରରେ ବାଦ ବିବାଦ ଲାଗି ରହିବ । ମାନହାନି ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ରେ ଦୁଃଖ ଆସିବ । ସନ୍ତାନ ଙ୍କୁ ନେଇ ଚିନ୍ତା ରେ ରହିବେ । ଯାନ ବାହାନରେ ସତର୍କତା ଅବଲମ୍ବନ କରନ୍ତୁ । ଅଙ୍ଗ ରେ ଆଘାତ ଲାଗି ପାରେ ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ - 8249826682