ଫେବୃଆରୀ ୦୨ ତାରିଖ, ରବିବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | February 02, 2025 IST

ମେଷ- ଶୁକ୍ଳ ପକ୍ଷ ଦ୍ଵାଦଶ ଚନ୍ଦ୍ର ହେତୁ ଆପଣ ନିରୁତ୍ସାହିତ ହେବେ। ରୋଗରେ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ । ନୂତନ ଚାକିରି ପାଇଁ ଆବେଦନ କରିବେ । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । କୌଣସି ନୂତନ ଯୋଜନାରେ ବିନିଯୋଗ କରନ୍ତୁ ନାହିଁ ।

ବୃଷ- ଏକାଦଶ ଚନ୍ଦ୍ର ଥିବାରୁ ଦିନଟିରେ ଅଧିକ ପରିଶ୍ରମର ଯୋଗ ରହିଛି। ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ। ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ। ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

ମିଥୁନ- ପରିବାରରେ ଓ ଚାକିରି କ୍ଷେତ୍ରରେ ଆଦର ସମ୍ମାନ ମିଳିବ। ଦିନଟି ଖୁସିରେ କଟିବ। ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ଚାପ ବୃଦ୍ଧି ପାଇବ। ଲାଗିଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭ ଯୋଗ ରହିଛି ।

କର୍କଟ- ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଚାକିରିରେ ପଦୋନ୍ନତି ଘଟିବ। ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି। ମାନ ସମ୍ମାନ ମିଳିବ। ଭାବିଚିନ୍ତି କାର୍ଯ୍ୟ ନିଷ୍ପତ୍ତି ନିଅନ୍ତୁ ।

ସିଂହ- ମାନସିକ ଅଶାନ୍ତି ଓ ଶାରୀରିକ ପୀଡ଼ା ହେବାର ସମ୍ଭାବନା ରହିଛି। ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି। ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗିପାରେ । ବନ୍ଧୁ ମିଳନର ଯୋଗ ରହିଛି ।

କନ୍ୟା- କୌଣସି ସ୍ଥାନରୁ ସମ୍ମାନର ଅଧିକାରୀ ହେବେ। ମନ ଖୁସି ହେବ। ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ହେବ । ବ୍ୟବସାୟ ପାଇଁ ଭ୍ରମଣ ସଫଳ ହେବ । ବ୍ୟବସାୟରେ ବୃଦ୍ଧି ଘଟିବ । ଲାଭ ପାଇଁ ମଧ୍ୟ ସୁଯୋଗ ରହିବ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବିଦ୍ୟାର୍ଥୀମାନେ ଲାଭବାନ ହେବେ। 

ତୁଳା- ମନରେ ଥିବା ଅହଂ ଭାବକୁ ସଂପୂର୍ଣ୍ଣ ଦୂରୀଭୂତ କରନ୍ତୁ । ଉନ୍ନତିର ଯୋଗ ରହିଛି । ହେଲେ ମଧ୍ୟ ଦିନଟି ମଧ୍ୟମ ଫଳ ଦେବ। ମନ ସର୍ବଦା ଚଞ୍ଚଳ ରହିବ । ମିଳିବାକୁ ଥିବା ଦ୍ରବ୍ୟର ପ୍ରାପ୍ତି ବିଳମ୍ବରେ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳତା ଆସିବ ।

ବିଛା- କିଛି ମୂଲ୍ୟବାନ ବସ୍ତୁ କିମ୍ବା ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି। ଦିନଟିରେ ଚିନ୍ତାରେ ପଡ଼ିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ବିଦ୍ୟାର୍ଥୀମାନେ ଅସଫଳ ହେବେ ।

ଧନୁ- ସୁଖ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ବିରୋଧୀଙ୍କ କୁଚକ୍ରାନ୍ତରେ ପଡ଼ିପାରନ୍ତି। କର୍ମ କ୍ଷେତ୍ରରେ ସାବଧାନ ଅବଲମ୍ବନ କରନ୍ତୁ । ଆର୍ଥିକ ଅନଟନ ଦେଖା ଦେଇପାରେ। ବିଦ୍ୟାର୍ଥୀମାନେ ଅବହେଳିତ ହେବେ ।

ମକର- ସୁଖ ପ୍ରାପ୍ତି ହେବାର ଯଥେଷ୍ଟ ସମ୍ଭାବନା ରହିଛି।କର୍ମ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରନ୍ତୁ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ। ବିଦ୍ୟାର୍ଥୀମାନେ ଉଚ୍ଚାଭିଳାସୀ ହେବେ ।

କୁମ୍ଭ- କାର୍ଯ୍ୟରେ କୌଣସି ବ୍ୟକ୍ତି ବାଧା ସୃଷ୍ଟି କରିପାରନ୍ତି। ଚାକିରିରେ ମଧ୍ୟମ ଫଳ ପ୍ରାପ୍ତି। ବ୍ୟବସାୟରେ ଉଧାର ଦିଅନ୍ତୁ ନାହିଁ । ଆର୍ଥିକ ସ୍ଥିତିରେ ବୃଦ୍ଧି ସହିତ ମାନସିକ ଶାନ୍ତି ବଜାୟ ରହିବ । ଭ୍ରମଣର ଯୋଗ ରହିଛି । ବିଦ୍ୟାର୍ଥୀମାନେ ସଫଳ ହେବେ ।

ମୀନ- ରାଶିକୁ ଶ୍ରୀଚନ୍ଦ୍ର ରହିଥିବାରୁ ଦିନଟିରେ ଉତ୍ତମ ଫଳ ପ୍ରାପ୍ତ କରିବେ। ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତାଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳତା ଅର୍ଜନ କରିବେ ।

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ                            

ଯୋଗାଯୋଗ - 8249826682

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.