ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗର ସତର୍କତା, ସବୁ ଡାକ୍ତରଙ୍କ ଛୁଟି ବାତିଲ

Published By : Prameya-News7 Bureau | October 22, 2024 IST

ଭୁବନେଶ୍ବର ୨୨।୧୦: ମାଡ଼ି ଆସୁଛି ବାତ୍ୟା । ପସିଲା ଛନକା । ଜନସାଧାରଣଙ୍କ ଠାରୁ ରାଜ୍ୟ ସରକାର ସମସ୍ତେ ସତର୍କ । ସ୍ବାସ୍ଥ୍ୟ ବିଭାଗ ମଧ୍ୟ ସତର୍କତା ଅବଲମ୍ବନ କରିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସବୁ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି । ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି । 

ତେବେ ବାତ୍ୟା ସମୟରେ ଝାଡ଼ାବାନ୍ତି ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲରେ ୨୪ ଘଣ୍ଟିଆ ପାଓ୍ୱାର ବ୍ୟାକ୍ ଅପ୍ ରଖିବାକୁ କୁହାଯାଇଛି । ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍ ପଠାଯାଇ ସେବା ଦିଆଯିବ । ରାଜ୍ୟ ଓ ବ୍ଲକ୍ ସ୍ତରରେ କଣ୍ଟ୍ରୋଲ ରୁମ୍ କରି ମନିଟର କରାଯାଉଛି । ଗତକଲି ଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

You Can Read:

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ କମିଶନରେଟ୍ ପୋଲିସ ପ୍ରସ୍ତୁତ, ୨୪ ଘଣ୍ଟିଆ ସଜାଗ ରହିବେ ସବୁ ଥାନା ଅଧିକାରୀ : ସିପି

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.