ଭୁବନେଶ୍ୱର: ରବିବାର ଖେଳାଯିବାକୁ ଥିବା ବାରବାଟୀ ଦିନିକିଆ ପାଇଁ ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଇଣ୍ଡିଆ ଓ ଇଂଲଣ୍ଡ ଖେଳାଳି। ସ୍ୱତନ୍ତ୍ର ବିମାନ ଯୋଗେ ଉଭୟ ଦେଶର ଖେଳାଳି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆସି ପହଞ୍ଚିଛନ୍ତି । ସେଠାରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱରର ମେ’ ଫେୟାର ହୋଟେଲକୁ ନିଆଯାଇଛି । ଟିମ୍ ଇଣ୍ଡିଆ ଖେଳାଳିଙ୍କ ଟିକିଏ ଝଲକ ପାଇବା ପାଇଁ ପ୍ରଶଂସକଙ୍କ ବେଶ୍ ଭିଡ଼ ଜମିଥିଲା।
କେବଳ ବିମାନବନ୍ଦର ନୁହେଁ ହୋଟେଲ ବାହାରେ ମଧ୍ୟ ବହୁ କ୍ରିକେଟ୍ ଫ୍ୟାନ୍ ଖେଳାଳିଙ୍କୁ ଦେଖିବା ପାଇଁ ଅପେକ୍ଷା କରିଥିଲେ। ବିମାନବନ୍ଦରରୁ କଡ଼ା ସୁରକ୍ଷାରେ ମେଫେୟାର ହୋଟେଲକୁ ନିଆଯାଇଥିଲା। ଆଗ ବସ୍ରେ ଟିମ୍ ଇଣ୍ଡିଆ ଯାଉଥିବା ବେଳ ପଛ ବସ୍ରେ ଇଂଲଣ୍ଡ ଖେଳାଳି ଆସିଥିଲେ।
ଏହା ପୂର୍ବରୁ କମିଶନରେଟ୍ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର କଡ଼ା ଯାଞ୍ଚ କରାଯାଇଥିଲା। ବିଶେଷକରି ଖେଳାଳିଙ୍କ ସୁରକ୍ଷାକୁ ବିଶେଷ ଗୁରୁତ୍ୱ ଦିଆଯାଇଛି । ଖେଳାଳିମାନେ ଭୁବନେଶ୍ବରରୁ କଟକ ଯିବାବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମୋଟ ୫୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି ବୋଲି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି ।