ଶ୍ରୀମନ୍ଦିରରେ ଆଇପିଏଲ୍ ଟ୍ରଫି, ସେବାୟତଙ୍କ ପକ୍ଷରୁ କରାଗଲା ପୂଜାର୍ଚ୍ଚନା

Published By : Prameya-News7 Bureau | February 16, 2025 IST

ପୁରୀ ୧୬।୦୨ : ପୁରୀରେ ଆଇପିଏଲ ଟ୍ରଫି। ଆସନ୍ତା ମାର୍ଚ୍ଚରୁ ଆଇପିଏଲ୍ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଆଇପିଏଲ ଟ୍ରଫିକୁ ଶ୍ରୀମନ୍ଦିର ଅଣାଯାଇ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇଛି। 

କୋଲକତା ନାଇଟ ରାଇଡର୍ସ ପ୍ରାଞ୍ଚାଇଜ୍‌ର ସଦସ୍ୟ ମାନେ ଏହି ଟ୍ରଫି ଆଜି ଶ୍ରୀମନ୍ଦିରକୁ ଆଣି ପୂଜାର୍ଚ୍ଚନା କରିଛନ୍ତି। ଏହି ଟ୍ରଫିକୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ ସମାଗମ ହୋଇଥିଲା। ତେବେ ଗତବର୍ଷ କୋଲକାତା ନାଇଟ ରାଇଡର୍ସ ଆଇପିଏଲ୍ ଟ୍ରଫି ହାତେଇଥିବା ବେଳେ ଚଳିତ ଆଇପିଏଲ ଟ୍ରଫି ପୁନର୍ବାର କିଭଳି ନିଜ କବଜାରେ ରଖିବ ସେନେଇ ସଦସ୍ୟ ମାନେ ଆଶାବାଦୀ ଅଛନ୍ତି। ଅନ୍ୟପଟେ ଆଇପିଏଲ୍ ଟ୍ରଫି ଦେଖି ସେବାୟତ ମାନେ ବେଶ୍ ଉତ୍ସାହିତ ହୋଇ ପଡିଛନ୍ତି। 

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ, ବେହେରଣ ଦ୍ୱାର ନିକଟରେ ପଡିଥିଲା ରକ୍ତ ଛିଟା !

  • puri
  • odisha
  • OdishaNews
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.