ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ ସମ୍ମାନ: ସମ୍ ଅଲ୍ଟିମେଟ ମେଡିକେୟାର ଓ ସମ୍ ହସ୍ପିଟାଲ୍ ଭୁବନେଶ୍ଵର- ଶୀତଳାପଲ୍ଲୀ କ୍ୟାମ୍ପସ ସମ୍ମାନିତ

Published By : Prameya-News7 Bureau | February 03, 2025 IST

News7

ଭୁବନେଶ୍ୱର: ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ -୨୦୨୫ ଇଷ୍ଟ ଚାପ୍ଟରର ପ୍ରଥମ ସଂସ୍କରଣର ସମ୍ମାନ ପ୍ରଦାନ ଉତ୍ସବରେ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ପୂର୍ବ ଭାରତର ଶ୍ରେଷ୍ଠ କର୍ପୋରେଟ ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି । କୋଲକାତା ଠାରେ ଗତ ଶୁକ୍ରବାର ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଇମ୍ସ ନେଟୱାର୍କ ଡିଜିଟାଲ୍‌ର ପ୍ରେସିଡେଣ୍ଟ ଓ ସିଓଓ ଶ୍ରୀ ରୋହିତ ଚଢ଼ା ସମ୍ମମ୍‌ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । 

ସେହିପରି ଏହି ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାକୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ ଭାବେ ସମ୍ମାନିତ କରାଯାଇଥିବା ବେଳେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୩ ଶୀତଳାପଲ୍ଲୀ (ବ୍ରହ୍ମପୁର)କୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ଇମର୍ଜିଂ ହସ୍ପିଟାଲ୍ ଭାବେ ମନୋନୀତ କରାଯାଇ ସମ୍ମାନ ପ୍ରଦାନ କରାଯାଇଛି । 

Also read: ରାଜସ୍ବ ସେବାର ବହୁ ନିୟମର ପରିବର୍ତ୍ତନ ଆଣିବେ ସରକାର: ସୁରେଶ ପୂଜାରୀ 

ସେହିପରି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଭୁବନେଶ୍ୱରର କାର୍ଡିଓଲୋଜିଅଙ୍କୋଲୋଜିନ୍ୟୁରୋଲୋଜିଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି,  ହେମାଟୋଲୋଜି ଏବଂ ନେଫ୍ରୋଲୋଜି ବିଭାଗକୁ ସେହି କ୍ୟାଟେଗୋରୀରେ ଓଡ଼ିଶାର ଶ୍ରେଷ୍ଠ ବିଭାଗ ଭାବେ ମାନ୍ୟତା ପ୍ରଦାନ କରାଯାଇଛି।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱରର ମେଡିକାଲ୍ ସୁପରିଟେଣ୍ଡେଣ୍ଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାରଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାର ମେଡିକାଲ୍ ସୁପରିଟେଣ୍ଡେଣ୍ଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ଏବଂ ବିଶ୍ୱବିଦ୍ୟାଳୟର ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ । 

ଏହି ସମ୍ମାନଗୁଡ଼ିକୁ ବଲିଉଡ ଅଭିନେତା ତଥା ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ପ୍ରସାରିତ ବହୁଚର୍ଚ୍ଚିତ ହିରାମଣ୍ଡି’ ସିରିଜ୍‌ର ଫେମ୍ ତାରା ଶାହା ବଦୁଶାହାବିଶିଷ୍ଟ ଭାରତୀୟ ସିନେମା ପ୍ରଯୋଜିକାନିର୍ଦ୍ଦେଶିକାଲେଖିକା ଶ୍ରୀମତି ନନ୍ଦିତା ରାୟ ଏବଂ ଅଭିନେତା ତଥା ନିର୍ଦ୍ଦେଶକ ଓ ଲେଖକ ଶ୍ରୀ ଶିବପ୍ରସାଦ ମୁଖାର୍ଜୀ ଏବଂ ବଲିଉଡ୍ ଅଭିନେତା ଅପାରଶକ୍ତି ଖୁରାନା ପ୍ରଦାନ କରିଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.