ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ, ରାଜ୍ୟସଭା ସାଂସଦ ପାଇଁ କରିଥିଲେ ନାମାଙ୍କନ

Published By : Prameya-News7 Bureau | August 27, 2024 IST

ଭୁବନେଶ୍ବର ୨୭।୮: ରାଜ୍ୟସଭା ପାଇଁ ଦାଖଲ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ବିଧାନସଭାରେ ପହଞ୍ଚି ସେ ତାଙ୍କ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି । ରାଜ୍ୟସଭା ନିର୍ବାଚନର ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିଲା । ତେଣୁ ସେ ଶେଷ ଦିନରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ନେଇଛନ୍ତି । ତେବେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ ଜଗନ୍ନାଥ ପ୍ରଧାନ । 

ବିଜେପି ପ୍ରାର୍ଥୀ ଭାବେ ମମତା ମହାନ୍ତ ନାମାଙ୍କନ କରିଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଜଗନ୍ନାଥ ।

You Can Read:

ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ହୁଅନ୍ତୁ ନାହିଁ, ସଂକ୍ରମଣ ଅଞ୍ଚଳରେ ଚିକେନ୍ ନ ଖାଇବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.