ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାମ୍ବାଦିକ : ସର୍ବଜନ କଲ୍ୟାଣକାରୀ ବଜେଟ୍ ପାଇଁ ଜଣାଇଲେ ଅଭିନନ୍ଦନ

Published By : Prameya-News7 Bureau | July 26, 2024 IST

ଭୁବନେଶ୍ୱର ୨୬।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପ୍ରକୋଷ୍ଠରେ ସାମ୍ବାଦିକମାନେ ଭେଟିଛନ୍ତି । ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ ବଜେଟ୍ ଉପସ୍ଥାପିତ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। 

ଏହା ସହିତ ସାମ୍ବାଦିକମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଏସବୁ ବିଷୟରେ ଅବଗତ ଅଛନ୍ତି । ସାମ୍ବାଦିକମାନଙ୍କର ଯାହା ସମସ୍ୟା ରହିଛି ସେସବୁ ସରକାର ଅନୁଧ୍ୟାନ କରି ଉଚିତ ପଦକ୍ଷେପ ନେବେ । 

ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି, ଜିତେନ୍ଦ୍ର ପଟ୍ଟନାୟକ, ପ୍ରଦୀପ୍ତ ମହାପାତ୍ର, ହରିହର ଚାନ୍ଦ, ପ୍ରଶାନ୍ତ ସ୍ଵାଇଁ, ପ୍ରିତିକାନ୍ତ ନାୟକ, ସୁଜିତ ବିଶୋଇ, ଦେବାଶିଷ ସାସମଲ୍, ବିଶ୍ବରଂଜନ ମହାପାତ୍ର, ସୌମ୍ୟ ରଞ୍ଜନ ସାହୁ, ପ୍ରଦୀପ୍ତ ମହାପାତ୍ରଙ୍କ ସହ ଅନେକ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।

You Can Read:

କେନ୍ଦୁଝର ଓ ସୋନପୁରରେ ହେବ ESI ହସ୍ପିଟାଲ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.