ଭିଜିଲାନ୍ସ ଜାଲରେ ଜେଇ, ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ

Published By : Prameya-News7 Bureau | November 04, 2024 IST

ଭୁବନେଶ୍ୱର ୦୪।୧୧: ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବିଲ୍ କରାଇ ଦେବାକୁ କହି ଜଣେ ଠିକାଦାରଙ୍କଠୁ ନେଉଥିଲେ ଲାଞ୍ଚ । 

ଖବର ଅନୁଯାୟୀ, ଗୋଚ୍ଛାପଡା ପଞ୍ଚାୟତ ବ୍ରୁଡିଗୁଡା ଠାରେ ଏକ ବିଶ୍ରାମାଗାର ନିର୍ମାଣ କରାଯାଇଥିଲା। ଏହି କାମର ବିଲ୍ କରାଇ ଦେବା ପାଇଁ ଯନ୍ତ୍ରୀ ଅଶୋକ ପାଢ଼ୀ ଠିକାଦାର ରଘୁନାଥ ମହାକୁଡ଼ଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଶେଷରେ ଠିକାଦାର ରଘୁନାଥ  ପାଢୀ ଏନେଇ ଭିଜିଲାନ୍ସକୁ ଜଣାଇଥିଲେ। ସୋମବାର ସକାଳେ ଯନ୍ତ୍ରୀ ଫିରିଙ୍ଗିଆ ସ୍ଥିତ ନିଜ ସରକାରୀ ବାସଭବନରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ପୂର୍ବ ପ୍ରସ୍ତୁତି ଅନୁସାରେ ଧରିଥିଲେ ଭିଜିଲାନ୍ସ।ସେପଟେ ଗିରଫ ପରେ ଯନ୍ତ୍ରୀଙ୍କର ବାସଭବନରେ ଚଢାଉ ମଧ୍ୟ କରୁଛି ଭିଜିଲାନ୍ସ । ଯନ୍ତ୍ରୀଙ୍କ ସମ୍ପତ୍ତି ଆକଳନ ପାଇଁ ଅନ୍ୟ କିଛି ସ୍ଥାନରେ ମଧ୍ୟ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.