କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ମେରିଷ୍ଟ ଲିଷ୍ଟକୁ କାଏମ୍‌ ରଖିଲେ ହାଇକୋର୍ଟ

Published By : Prameya-News7 Bureau | June 18, 2024 IST

କଟକ ୧୮।୦୬: କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାର ରାୟ ପ୍ରକାଶ । ମେରିଟ ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଓସେପା ମେରିଟ ଲିଷ୍ଟକୁ କାଏମ ରଖିଲେ ହାଇକୋର୍ଟ । 

ଖବର ଅନୁଯାୟୀ, ଜିଲ୍ଲାଓ୍ବାରୀ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ହୋଇଥିଲା ଏକାଧିକ ଅପିଲ୍ । ଯାହାର ଶୁଣାଣି କରି ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି । ହାଇକୋର୍ଟ ନିଜ ରାୟରେ ମେରିଷ୍ଟ ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମେରିଟ ସହ ପ୍ରିଫରେନ୍ସକୁ ଗୁରୁତ୍ବ ଦେଇ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର କୋର୍ଟ । ଦୁଇ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.