ପୁରୀ ୨୫।୦୩ : ପୁରୀରେ ଜଷ୍ଟିସ୍ ହରିଶ ଟଣ୍ଡନ । ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶାରେ ପହଞ୍ଚି ପ୍ରଥମେ ପୁରୀ ଗସ୍ତ କରିଛନ୍ତି । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ।ଏହି ସମୟରେ ପୁରୀ ଏସ୍ପି, ଜିଲ୍ଲାପାଳଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।
ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି। ସେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ କାର୍ଯ୍ୟଭାର ସମ୍ଭାଳିବେ। ଖୁବଶୀଘ୍ର ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ହରିଶ ଟଣ୍ଡନ।
ସୂଚନାଯୋଗ୍ୟ ଯେ, ୨୦୧୦ ମସିହା ଏପ୍ରିଲ ୧୩ ତାରିଖରୁ ହରିଶ ଟଣ୍ଡନ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସର୍ବଭାରତୀୟ ହାଇକୋର୍ଟ ବିଚାରପତିଙ୍କ ବରିଷ୍ଠତା ତାଲିକାରେ ଜଷ୍ଟିସ ହରିଶ ୭ମ ସ୍ଥାନରେ ଅଛନ୍ତି। ଏହାସହ ସେ କୋଲକାତା ହାଇକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ପଦୋନ୍ନତି ପୂର୍ବରୁ ସେ କୋଲକାତା ହାଇକୋର୍ଟରେ ଦେୱାନୀ ମାମଲାର ବିଚାର କରୁଥିଲେ।