ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି, ସୁପ୍ରିମକୋର୍ଟ କଲେଜିୟମ କଲା ସୁପାରିଶ

Published By : Prameya-News7 Bureau | March 06, 2025 IST

ନୂଆଦିଲ୍ଲୀ: ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ । ସୁପ୍ରିମକୋର୍ଟ କଲେଜିୟମ ମଙ୍ଗଳବାର ତାଙ୍କ ନିଯୁକ୍ତି ନେଇ ସୁପାରିଶ କରିଛି । ଜଷ୍ଟିସ୍ ହରିଶ ଟଣ୍ଡନ ବର୍ତ୍ତମାନ କୋଲକାତା ହାଇକୋର୍ଟରେ ବିଚାରପତି ଅଛନ୍ତି । ଜାନୁଆରୀ ୧୯ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ନୂତନ ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ନେଇ ଏହି ସୁପାରିଶ କରାଯାଇଛି । ଜଷ୍ଟିସ ଅରିନ୍ଦମ ସିହ୍ନ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅଛନ୍ତି । 

ଜଷ୍ଟିସ୍ ହରିଶ ଟଣ୍ଡନ କୋଲକାତା ହାଇକୋର୍ଟର ବିଚାରପତି ଭାବେ ୨୦୧୦ ଏପ୍ରିଲ୍ ୧୩ରେ ନିଯୁକ୍ତି ପାଇଥିଲେ । ହାଇକୋର୍ଟ ବିଚାରପତିଙ୍କ ମଧ୍ୟରେ ସର୍ବଭାରତୀୟ ସ୍ତରରେ ସେ ହେଉଛନ୍ତି ସପ୍ତମ ବରିଷ୍ଠ ବିଚାରପତି । ଏହାସହ କୋଲକାତା ହାଇକୋର୍ଟର ସେ ହେଉଛନ୍ତି ସବୁଠୁ ବରିଷ୍ଠ ବିଚାରପତି । ତାଙ୍କର ପଦୋନ୍ନତି ପୂର୍ବରୁ ସେ କୋଲକାତା ହାଇକୋର୍ଟରେ ଦୈୱାମୀ ମାମଲାରେ ବିଚାର କରୁଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.