ଭୁବନେଶ୍ବର ୨୦।୪: ରାଜ୍ୟରେ ଟାଇଁ ଟାଇଁ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ହେଉଥିବା ବେଳେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ଅସମ୍ଭାଳ ତାତିରେ ଲୋକମାନେ ସନ୍ତୁଳି ହେଉଥିବା କାଳବୈଶାଖୀ ତାତିରୁ ଦେଇଛି ଆଶ୍ବସ୍ତି । ରାଜ୍ୟରେ ଆହୁରି ୩ ଦିନ ଯାଏଁ କାଳବୈଶାଖୀ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ମୟୁରଭଞ୍ଜ, କେନ୍ଦୁଝରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ଗଜପତି, ନୂଆପଡା, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ଝଡ ପବନର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ବିଭାଗ ।
ସେହିପରି ସୋମବାର ରାୟଗଡା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କି.ମି. ଝଡ ପବନର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଙ୍ଗ ନେଇ ଜାରି କରିଛି ବିଭାଗ । ତେବେ ୨୩ ତାରିଖରୁ କାଳବୈଶାଖୀର ପ୍ରକୋପ କମିବା ସହ ୩ ଦିନ ପରେ ପୁଣି ବଢିବ ତାତି । ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ନୂଆପଡାରେ ୪୪.୦ ମି.ମି. ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ଝାରସୁଗୁଡ଼ାରେ ୪୨ ଡିଗ୍ରୀ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି ।
You Can Read:
ବଲାଙ୍ଗିରରେ କାଳବୈଶାଖୀ ତାଣ୍ଡବ : ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର