ଝାରସୁଗୁଡା ୨୨।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲାର ମୁଖ୍ୟ ସାକ୍ଷୀ ଗୁରୁତର । ସଡ଼କ ଦୁର୍ଘଟଣାରେ ମୁଖ୍ୟ ସାକ୍ଷୀ ମନୁ ପ୍ରସାଦ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ବେଲପାହାଡ଼ ମ୍ୟୁନିସିପାଲଟି ନିକଟରେ ମନୁ ବାଇକରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ପିକ୍ଅପ୍ ଭ୍ୟାନ୍ ସହ ଧକ୍କା ହୋଇଥିଲା । ଦୁର୍ଘଟଣା ଫଳରେ ମନୁ ଗୁରୁତର ହୋଇଛନ୍ତି । ସ୍ଥାନୀୟଲୋକ ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍ ଓ ପିକ୍ଅପ୍ ଭ୍ୟାନ୍କୁ ଜବତ କରି ଥାନାକୁ ନେଇଛି । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେ ସମ୍ପର୍କରେ ସଠିକ୍ ଜଣାପଡିନଥିବା ବେଳେ ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି ।
You Can Read:
ଛିଡ଼ିଲାନି ଭାଗବଣ୍ଟା, ମହିଳାଙ୍କୁ ଟାଙ୍ଗିଆରେ ହାଣି କଲେ ହତ୍ୟା