ଜୁଲାଇ ୧ ତାରିଖ, ସୋମବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | July 01, 2024 IST

ମେଷ- ସମୟ ଟିକେ ଦୁର୍ବଳ ରହିପାରେ । ସ୍ୱାସ୍ଥ୍ୟ ଖରାପ ହୋଇପାରେ, ଆୟରେବି ହ୍ରାସ ହୋଇପାରେ। ବ୍ୟବସାୟରେ ଭଲ ଫଳାଫଳ ଆସିବ ଏବଂ ଅର୍ଥ ମଧ୍ୟ କିଛି ମାଧ୍ୟମରେ ଆସିବ। ତଥାପି ମନ ସନ୍ତୁଷ୍ଟ ହେବ ନାହିଁ। 

ବୃଷ- ବନ୍ଧନ ଯୋଗ ରହିଛି । ନୂତନ କାର୍ଯ୍ୟକୁ ନେଇ ଆଶାବାଦୀ ହୋଇ ରହିବେ । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବା ସହିତ ଆକସ୍ମିକ ଧନ ପ୍ରାପ୍ତିର ସମ୍ଭାବନା ରହିଛି । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିବ । ପରିବାରକୁ ସମୟ ଦେବେ ।

ମିଥୁନ- ଧନ ପ୍ରାପ୍ତିର ଯୋଗ ରହିଛି । କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସି ଅନୁଭବ କରିବେ। ମାଲି ମୋକଦ୍ଦମାରେ ଜୟଯୁକ୍ତ ହେବେ । ମାତା-ପିତାଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ଛାତ୍ର  ଛାତ୍ରୀମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

କର୍କଟ- ପରିଶ୍ରମ ଅଧିକ ରହିବ । ଧନ ପ୍ରାପ୍ତି ଯୋଗ ରହିଛି । ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ଦେଇଥିବା ପରୀକ୍ଷା ଉତୀର୍ଣ୍ଣ ହେବାର ଯୋଗ ରହିଛି । ପ୍ରେମ ସମ୍ପର୍କ ନିବିଡ଼ ହେବ। ଭ୍ରମଣର ଯୋଗ ରହିଛି । ବାହ୍ୟ ସ୍ଥାନରୁ ସମ୍ମାନ ପ୍ରାପ୍ତି ହେବ । 

ସିଂହ- ଦୁଃସାହସ କରି ଅସୁବିଧାରେ ପଡ଼ିବେ। ନୂତନ ବିନିଯୋଗରେ ବିପୁଳ ଅର୍ଥ କ୍ଷତି ହୋଇପାରେ । ଆପଣଙ୍କୁ କାମ ପାଇଁ ଯାତ୍ରା କରିବାକୁ ପଡ଼ିପାରେ । ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରାଯାଇପାରେ । ଗ୍ୟାସ ଜନିତ ସମସ୍ୟା ହୋଇପାରେ । 

କନ୍ୟା- ଦ୍ରବ୍ୟ ନଷ୍ଟ ହେବ। ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ । ଦିନଟି ବ୍ୟସ୍ତ ବହୁଳତାରେ କଟିବ। ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ । ଛାତ୍ର ଛାତ୍ରୀ ମାନେ ଅଧ୍ୟୟନ ରେ  ସମୟ ନିବେଶ କରିବାକୁ ଇଚ୍ଛା ପ୍ରକାଶ କରିବେ ନାହିଁ ।

ତୁଳା- ଆପଣଙ୍କ ଜୀବନରେ କେହି ନୂଆ ଆସିପାରନ୍ତି । ଆର୍ଥିକ ଦୃଷ୍ଟିରୁ, ଶୁଭ ଖବର ମିଳିବ। ବିଦ୍ୟାର୍ଥୀ ମାନେ ଉନ୍ନତି ପଥ ଅନୁସରଣ କରିବେ। ବ୍ୟବସାୟ ଲାଭଦାୟକ ହେବ । ପ୍ରୀତି ଲାଭ କରି ଖୁସି ଅନୁଭବ କରିବେ ।

ବିଛା- ମନ ଉତ୍ସାହିତ ରହିବ । ସର୍ବ କାର୍ଯ୍ୟ ସିଦ୍ଧି ହେବ । ଚାକିରିରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟରେ ବୃଦ୍ଧି ହେବ ।  ବ୍ୟବସାୟରେ ଉତ୍ତମ ଫଳ ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନେ ପରୋପକାରୀ ହେବେ ।

ଧନୁ- ପରିଶ୍ରମ ଅଧିକ ହେବ। ଗୃହରେ ଲାଗି ରହିଥିବା ସମସ୍ୟାର ସମାଧାନ ଖୋଜିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ । ଯାତ୍ରା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟୀ ଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ ।

ମକର- କାର୍ଯ୍ୟରେ ବାଧା ଉପୁଜିବ । ରୋଗରେ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ | ନୂତନ ଚାକିରି ପାଇଁ ଆବେଦନ କରିପାରିବେ । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । କୌଣସି  ନୂତନ ଯୋଜନାରେ ବିନିଯୋଗ କରନ୍ତୁ ନାହିଁ ।

କୁମ୍ଭ- ପ୍ରତିଷ୍ଠା ବୃଦ୍ଧି ପାଇବ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।

ମୀନ- ଲୋଭରେ ପଡ଼ି କ୍ଷତିଗ୍ରସ୍ତ ହେବେ। କାର୍ଯ୍ୟରେ ବିଳମ୍ବ ହେବାର ସମ୍ଭାବନା ରହିଛି । ଅର୍ଥ ବ୍ୟୟ ମଧ୍ୟ ହେବ। ପର ଚର୍ଚ୍ଚା କରି ସମୟ ନଷ୍ଟ କରିବେ। ସରକାରୀ କର୍ମଚାରୀମାନେ ସେମାନଙ୍କ କାର୍ଯ୍ୟ ପ୍ରତି ବିମୁଖ ହେବେ ।

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.