ଅକ୍ଟୋବର ୦୮ ତାରିଖ, ମଙ୍ଗଳବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | October 08, 2024 IST

ମେଷ- ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ମଧ୍ୟ ହୋଇପାରେ। ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନରେ ସମୟ ନିବେଶ କରିବାକୁ ଇଚ୍ଛା ପ୍ରକାଶ କରିବେ ନାହିଁ ।

ବୃଷ- ଚାକିରିରେ  ପ୍ରଶଂସା ଯୋଗ ରହିଛି । ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନର ବାଟ ଦେଖାଯିବ। ଧନ ପ୍ରାପ୍ତିର ଯଥେଷ୍ଟ ସମ୍ଭାବନା ରହିଛି । ନୂତନ କର୍ମ ସଂସ୍ଥାନ ମିଳିବା ଯୋଗୁଁ ଖୁସିର ମାହୋଲ ରହିବ । 

ମିଥୁନ- ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶାରୀରିକ ଓ ମାନସିକ ଖୁସି ମିଳିବ। ନୂତନ କାର୍ଯ୍ୟର ଆରମ୍ଭ ମଧ୍ୟ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପତ୍ନୀଙ୍କ ସହ ଭ୍ରମଣ ଓ ବନ୍ଧୁ ମିଳନ ହେବାର ସମ୍ଭାବନା ରହିଛି ।

କର୍କଟ- କର୍ମ କ୍ଷେତ୍ରରେ କିଛି ନୂଆ କରିବା ପାଇଁ ନିଜେ ପଦକ୍ଷେପ ନେଇପାରନ୍ତି । ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଦାୟକ ରହିଛି ।

ସିଂହ- କିଛି ଆଶା ପୂରଣ ନହୋଇ ପାରିବାରୁ ମନ ବ୍ୟାକୁଳିତ ହୋଇପାରେ। ମନରେ କିଛି ନୂଆ କରିବାର ଇଚ୍ଛା ଜାଗ୍ରତ ହେବ। ଜରୁରୀ ବସ୍ତୁ କ୍ରୟ କରିପାରନ୍ତି । ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି । ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖାଦେଇପାରେ ।

କନ୍ୟା- ଉପାର୍ଜନ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଦାୟକ ରହିଛି। କିଛି ପୂର୍ବ ସମସ୍ୟାକୁ ନେଇ ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଖାଦ୍ୟରେ ନିୟନ୍ତ୍ରଣ ରଖନ୍ତୁ। ସ୍ବାସ୍ଥ୍ରାବସ୍ଥା ବିଗିଡ଼ିପାରେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବା । ପ୍ରେମ ସମ୍ପର୍କ ନିବିଡ଼ ହେବ ।

ତୁଳା- ଆପଣଙ୍କୁ ପରିଶ୍ରମର ଫଳପ୍ରାପ୍ତିରେ ବିଳମ୍ବ ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ। ମୁଣ୍ଡ ବିନ୍ଧା ଭଳି ରୋଗ ଦେଖାଦେଇପାରେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ  ରହିଛି । ଛାତ୍ରଛାତ୍ରୀଙ୍କ ପାଇଁ ପରିଶ୍ରମ ନେଇ ଫଳ ପ୍ରାପ୍ତି ।

ବିଛା- ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି । ବନ୍ଧୁମାନଙ୍କ ସହ ଆମୋଦ ପ୍ରମୋଦରେ ଦିନଟି କାଟିବ । ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ଲାଭ ଯୋଗ ଅଛି । ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ସାମ୍ନାକୁ ଆଣିବେ ।

ଧନୁ-  ଧାର୍ମିକ ଭାବନା ଜାଗ୍ରତ ହେବ। ଛାତ୍ରଛାତ୍ରୀମାନେ ସଫଳତା ପ୍ରାପ୍ତ କରିବେ। ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ । ବ୍ୟୟ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ମାନସିକ ଶାନ୍ତି ଶରୀର ପୀଡ଼ା ପରି ସମସ୍ୟା ଦେଖା ଦେବ । ଦାମ୍ପତ୍ୟ ଜୀବନରେ ପ୍ରତିବନ୍ଧକ ଆସିପାରେ ।

ମକର- ଶାରୀରିକ ଓ ମାନସିକ ବିକାଶ ହେବ । ଆତ୍ମ ବିଶ୍ୱାସୀ ହେବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ହେବ । ଧର୍ଯୋବାନ ହେବାକୁ ଚେଷ୍ଟା କରନ୍ତୁ । ଦାମ୍ପତ୍ୟ ଜୀବନରେ କିଛିକୁ ପ୍ରଭାବ ପଡ଼ିପାରେ । ବିଦ୍ୟାର୍ଥୀମାନେ ଅଳସୁଆ ହେବେ ।

କୁମ୍ଭ- ଉତ୍ତମ ଆୟର ଯୋଗ ରହିଛି । କର୍ମ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକିଥିବା କାର୍ଯ୍ୟର ପୁନଃ ଆରମ୍ଭ କରିବେ। ଛାତ୍ରଛାତ୍ରୀମାନେ ନିଜ କାର୍ଯ୍ୟରେ ମନୋନିବେଶ କରିବେ। ଦମ୍ପତିମାନଙ୍କ ପାଇଁ ଦିନଟି ବ୍ୟସ୍ତ ବହୁଳ ରହିବ ।

ମୀନ-  କର୍ମ ଚଞ୍ଚଳ ହେବେ । ସ୍ଵାସ୍ଥ୍ୟଗତ ସମସ୍ୟା ଯୋଗୁଁ ଖର୍ଚ୍ଚାନ୍ତ ହେବେ । ଚାକିରି କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ମନ ଅଶାନ୍ତି ରହିବ। ଧୈର୍ଯ୍ୟହରା ହୁଅନ୍ତୁ ନାହିଁ। ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତ ହେବ । ବିଦ୍ୟାର୍ଥୀମାନେ ବନ୍ଧୁଙ୍କୁ ପାଇ ଖୁସି ହେବେ ।

ପଞ୍ଜିକାରେ ଦିନ- ଆଶ୍ୱିନ ଶୁକ୍ଳ ପକ୍ଷ ପଞ୍ଚମୀ, ମଙ୍ଗଳବାର, ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ରାଘ ୪l୮

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ 

ଯୋଗାଯୋଗ – 8249826682

  • Horoscope
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.