ମେଷ ରାଶି ବ୍ୟକ୍ତିଙ୍କ ପାଇଁ ଦିନଟି ଉତ୍ତମ ରହିବ, ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ

Published By : Prameya-News7 Bureau | April 20, 2025 IST

ମେଷ- ରାଶିକୁ ଦଶମ ଚନ୍ଦ୍ର ରହିଛି। ଦିନଟି ଉତ୍ତମ ଫଳ ପ୍ରଦାନ କରିବ। ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ। ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ। ବ୍ୟବସାୟରେ ଅନେକ ଲାଭର ସୂଚନା ମିଳୁଛି। ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।

ବୃଷ- ଦୂର ଯାତ୍ରା କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ। ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅଟକି ଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ।

ମିଥୁନ- ଦିନଟି ମିଶ୍ର ଫଳ ଦେବ। କର୍ମ କ୍ଷେତ୍ରରେ ସମସ୍ୟା ଦେଖା ଦେବ। ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି। ପତି ପତ୍ନୀଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇପାରେ। ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖା ଦେଇପାରେ ।

କର୍କଟ- କିଛି ନୂଆ କାର୍ଯ୍ୟର ଆରମ୍ଭ କରିପାରନ୍ତି । ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖା ଦେଇପାରେ । ବ୍ୟବସାୟରେ ଉନ୍ନତି ହେବ। ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ।

ସିଂ- ଦିନଟି ମଧ୍ୟମ ଫଳ ଦେବ । ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବ। ରାଜନୀତିରେ ଆଜି ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ । ଛାତ୍ରଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ।

କନ୍ୟା- ଚାକିରିରେ ଉନ୍ନତି ଯୋଗ ଅଛି। ଅଧାରୁ ଅଟକିଥିବା କାର୍ଯ୍ୟ ସମ୍ପର୍ଣ୍ଣ ହେବ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ। ରୋଜଗାର କରୁନଥିବା ବ୍ୟକ୍ତିଙ୍କୁ ଅର୍ଥ ପ୍ରାପ୍ତି ହେବ। ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ଲାଭ କରିବେ ।

ତୁଳା- ଦିନଟି ମିଶ୍ର ଫଳ ପ୍ରଦାନ କରିବ। ନୂତନ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚର ପରିମାଣ ଅଧିକ ରହିଛି। ଭୂମି, ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ। ଅଟକିଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି।

ବିଛା- ବିଶେଷ ଭାବେ ଭ୍ରମଣର ଯୋଗ ରହିଛି। ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ନୂଆ ଯୋଜନା ମନକୁ ଆସିବ। କାର୍ଯ୍ୟ କ୍ଷେତ୍ରରେ ପ୍ରଗତି ହେବ। ପରିବାର ସହ ସମୟ ଅତିବାହିତ କରିବେ। ନିବେଶ ପାଇଁ ମଧ୍ୟ ଦିନଟି ଅନୁକୂଳ ରହିଛି।

ଧନୁ- ପରିବାରରେ ସୁଖ ସମାଚାର ଶୁଣିବାକୁ ମିଳିବ। ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ।

ମକର- ରାଶି ପାଇଁ ଶ୍ରୀ ଚନ୍ଦ୍ର। କର୍ମ କ୍ଷେତ୍ରରେ ଉନ୍ନତି ହେବ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ- ଦିନଟିରେ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ। ମନୋବଳ ଦୃଢ଼ ରହିବ। ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ। ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।

ମୀନ- ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି। ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ। ବ୍ୟବସାୟରେ ଲାଭର ଯୋଗ ରହିଛି। ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଅମନଯୋଗୀ ହୋଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ଜ୍ୟୋତିର୍ବିଦ ସିଦ୍ଧାର୍ଥ ଶେଖର ନାୟକ

ଯୋଗାଯୋଗ -8249826682 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.