ଲାଗି ରହିଥିବା ସମସ୍ୟାର ସମୂଳ ସମାଧାନ ହେବ, ନିବେଶ ପାଇଁ ଦିନଟି ଅନୁକୂଳ ରହିଛି

Published By : Prameya-News7 Bureau | June 21, 2024 IST

ମେଷ- ଦୁର୍ବଳମନା ହୋଇପାରନ୍ତି । କର୍ମକ୍ଷେତ୍ରରେ ବିରୋଧାଭାବ ଦେଖାଦେବ । ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ପରିବାର ଲୋକଙ୍କ ଠାରୁ ଖୁସିର ବାର୍ତ୍ତା ମିଳିବ । ବ୍ୟବସାୟରେ ଏତେ ଲାଭ ହେବ ନାହିଁ । ପାରିବାରିକ ସମ୍ପର୍କ ସୁଦୃଢ ହେବ ।

ବୃଷ- ସେବା ପୂଜାରେ ମନୋନିବେଶ କରିବେ । ବ୍ୟବସାୟୀମାନେ ରିସ୍କ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଛାତ୍ର ଛାତ୍ରୀମାନଙ୍କ ପାଇଁ ବହୁ ପରିଶ୍ରମ ଲଘୁକ୍ରିୟା । ରୋଜଗାରର ନୂଆ ପନ୍ଥା ପାଇବେ । ପଥରୋଧ ହେବାର ସମ୍ଭାବନା ରହିଛି ।

ମିଥୁନ- ଏକାଦଶ ଚନ୍ଦ୍ର କାଳ ଭୋଗ ଯୋଗୁଁ ପ୍ରତିଷ୍ଠା ବୃଦ୍ଧି ପାଇବ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇ-ଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନ୍ୟିଆନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

କର୍କଟ- ଆଶାନୁରୂପ ଅର୍ଥ ପ୍ରାପ୍ତିର ଯୋଗ ରହିଛି । ଲାଗି ରହିଥିବା ସମସ୍ୟାର ସମୂଳ ସମାଧାନ ହେବ । ରାଜନୈତିକ କ୍ଷେତ୍ରଟି ଆପଣଙ୍କ ପାଇଁ ବହୁତ ଶୁଭଦାୟକ ରହିଛି । ନିବେଶ ପାଇଁ ଦିନଟି ଅନୁକୂଳ ରହିଛି । ଛାତ୍ରଛାତ୍ରୀମାନେ ଉପକୃତ ହେବେ ।

ସିଂହ- କର୍ମ ଚଞ୍ଚଳ ହେବେ । ଗୃହରେ ସୁଖ ସମ୍ମାନ ପ୍ରାପ୍ତି ହେବ । ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟରେ ମନୋନିବେଶ କରିବେ । କର୍ମ କ୍ଷେତ୍ରରେ କିଛି ଲାଭ ଦାୟକ ପ୍ରୟାସ କରିବେ । ବ୍ୟବସାୟୀଙ୍କ ପାଇଁ ରୋଜଗାରର ନୂଆ ପନ୍ଥା ଦେଖାଯିବ ।

କନ୍ୟା- ସେବାପୂଜା ମନୋନିବେଶ କରିବେ । ମନରେ ସାଧାରଣତଃ ଅଶାନ୍ତି ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ବାଧା ସୃଷ୍ଟି ହେବ । ଅଟକିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ଉନ୍ନତି ହେବ । ବିଦ୍ୟାର୍ଥୀମାନେ ପାଠରେ ମନଯୋଗ ଦେବେ ନାହିଁ ।

ତୁଳା- ଗୃହରେ ଲାଗି ରହିଥିବା ସମସ୍ୟାର ସମାଧାନ ଖୋଜିବେ । ଶରୀର ପୀଡା ରହିବ । ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ । ଯାତ୍ରା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟୀ ଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ ।

ବିଛା - କାର୍ଯ୍ୟ କ୍ଷେତ୍ରରେ ବିଶେଷ ସହାୟତା ମିଳିବ । ବନ୍ଧୁ ମିଳନର ଯୋଗ ରହିଛି । ନିଜ ପରାକ୍ରମ ବଳରେ ଶତ୍ରୁଙ୍କୁ ପରାସ୍ତ କରିବାର କ୍ଷମତା ରଖିବେ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହେବେ ।

ଧନୁ- ପରିବାରରେ ସୁଖ ସମାଚାର ଶୁଣିବାକୁ ମିଳିବ । ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ । ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ । ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ । ଶତ୍ରୁ ଭୟ ଲାଗି ରହିବ ।

ମକର- କର୍ମ କ୍ଷେତ୍ରରେ ନିଜକୁ ସଞ୍ଜତ କରି ରଖିବାକୁ ଚେଷ୍ଟା କରନ୍ତୁ । ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ ଅବନତି ଘଟିବ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ । ଛାତ୍ର ଛାତ୍ରୀମାନେ ଅଧିକ ପରିଶ୍ରମ କରିବେ । କିଛି କାର୍ଯ୍ୟକୁ ନେଇ ଚିନ୍ତା ଗ୍ରସ୍ତ ହେବ ।

କୁମ୍ଭ- ଦିନଟିରେ ଆପଣ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ ହେଲେ ମଧ୍ୟ ପ୍ରତିବାଦର ଶିକାର ହେବେ । ମନୋବଳ ଦୃଢ଼ ରହିବ । ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ । ଜୀବନ ସାଥି ଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।

ମୀନ- ପରିଶ୍ରମ ଅଧିକ ରହିବ । ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି । ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ଅମନଯୋଗି ହୋଇପାରନ୍ତି । ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।


ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକଯାଜପୁର 

ଯୋଗାଯୋଗ - 8249826682

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.