ମେଷ- ଦିନଟି ଉତ୍ତମ ଫଳ ପ୍ରଦାନ କରିବ। ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ। ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ। ବ୍ୟବସାୟରେ ଲାଭର ସୁଯୋଗ ରହିଛି। ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।
ବୃଷ- ଦିନଟି ମିଶ୍ର ଫଳ ଦେବ। କର୍ମ କ୍ଷେତ୍ରରେ ସମସ୍ୟା ଦେଖା ଦେବ। ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି। ପତି ପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖାଦେବ। ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେଇପାରେ।
ମିଥୁନ- କିଛି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖା ଦେଇପାରେ। ବ୍ୟବସାୟରେ ଉନ୍ନତି ହେବ। ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ।
କର୍କଟ- ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି। ବ୍ୟବସାୟ ଲାଭଜନକ ହେବ। ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ଅଟକିଥିବା ଧନର ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ।
ସିଂହ- ଦିନଟି ମଧ୍ୟମ ଫଳ ଦେବ। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବ। ରାଜନୀତିରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ। ଛାତ୍ରଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ ।
କନ୍ୟା- ଚାକିରିରେ ଉନ୍ନତିର ଯୋଗ ଅଛି। ଅଧାରୁ ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ। ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ଲାଭ କରିବେ ।
ତୁଳା- ଦିନଟି ମିଶ୍ର ଫଳ ପ୍ରଦାନ କରିବ। ନୂତନ ବ୍ୟକ୍ତିଙ୍କ ସହ ପରିଚୟ ହେବ। ଖର୍ଚ୍ଚର ପରିମାଣ ଅଧିକ ରହିଛି। ଭୂମି, ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ। ଅଟକିଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି ।
ବିଛା- ବିଶେଷ ଭାବେ ଭ୍ରମଣର ଯୋଗ ରହିଛି। ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ନୂଆ ଯୋଜନା ମନକୁ ଆସିବ। କାର୍ଯ୍ୟ କ୍ଷେତ୍ରରେ ପ୍ରଗତି ହେବ। ପରିବାର ସହ ସମୟ ଅତିବାହିତ କରିବେ। ନିବେଶ ପାଇଁ ମଧ୍ୟ ଦିନଟି ଅନୁକୂଳ ରହିଛି ।
ଧନୁ- ପରିବାରରେ ସୁଖ ସମାଚାର ଶୁଣିବାକୁ ମିଳିବ। ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।
ମକର- ଦିନରେ ମିଶ୍ର ଫଳ ପ୍ରାପ୍ତ ହେବ। କର୍ମ କ୍ଷେତ୍ରରେ ଉନ୍ନତି ହେବ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
କୁମ୍ଭ- ଦିନଟିରେ ଆପଣ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ। ମନୋବଳ ଦୃଢ଼ ରହିବ। ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ। ଜୀବନ ସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।
ମୀନ- ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି । ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭ ଯୋଗ ରହିଛି। ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଅମନଯୋଗୀ ହୋଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ – 8249826682