ସମସ୍ୟାର ସମାଧାନ ହେବ, ବ୍ୟବସାୟରେ ଲାଭ ଯୋଗ ରହିଛି

Published By : Prameya-News7 Bureau | October 15, 2024 IST

ମେଷ- ଶୁକ୍ଳ ପକ୍ଷ ଦ୍ଵାଦଶ ଚନ୍ଦ୍ର ହେତୁ ନିରୁତ୍ସାହିତ ହେବେ। ରୋଗର ଚିକିତ୍ସା ପାଇଁ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ | ନୂତନ ଚାକିରି ପାଇଁ ଆବେଦନ କରିପାରନ୍ତି । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । 

ବୃଷ- ଏକାଦଶ ଚନ୍ଦ୍ର ଥିବାରୁ ଦିନଟିରେ ଅଧିକ ପରିଶ୍ରମର ଯୋଗ ରହିଛି । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ। ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ। ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

ମିଥୁନ- ପରିବାରରେ ଓ ଚାକିରି କ୍ଷେତ୍ରରେ ଆଦର ସମ୍ମାନ ମିଳିବ ଦିନଟି ଖୁସିରେ କଟିବ। ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଚାକିରିରେ ଚାପ ବୃଦ୍ଧି ପାଇବ | ଲାଗିରହିଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭ ଯୋଗ ରହିଛି ।

କର୍କଟ- ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ। ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଚାକିରିରେ ପଦୋନ୍ନତି ଘଟିବ। ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ଭାବିଚିନ୍ତି କାର୍ଯ୍ୟ ନିଷ୍ପତ୍ତି ନିଅନ୍ତୁ ।

ସିଂହ- ମାନସିକ ଅଶାନ୍ତି ଓ ଶାରୀରିକ ପୀଡ଼ା ହେବାର ସମ୍ଭାବନା ରହିଛି । ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗିପାରେ। ବନ୍ଧୁ ମିଳନର ଯୋଗ ରହିଛି ।

କନ୍ୟା- କୌଣସି ସ୍ଥାନରୁ ସମ୍ମାନର ଅଧିକାରୀ ହେବେ। ମନ ଖୁସି ହେବ। ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ହେବ । ବ୍ୟବସାୟ ପାଇଁ   ଭ୍ରମଣ ସଫଳ ହେବ । ବ୍ୟବସାୟରେ ବୃଦ୍ଧି ଘଟିବ। ଲାଭ ପାଇଁ ମଧ୍ୟ ସୁଯୋଗ ରହିବ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବିଦ୍ୟାର୍ଥୀମାନେ ଲାଭବାନ ହେବେ। 

ତୁଳା- ମନରେ ଥିବା ଅହଂ ଭାବକୁ ସଂପୂର୍ଣ୍ଣ ଦୂରୀଭୂତ କରନ୍ତୁ। ଉନ୍ନତିର ଯୋଗ ରହିଛି, ହେଲେ ମଧ୍ୟ ଦିନଟି ମଧ୍ୟମ ଫଳ ଦେବ। ମନ ସର୍ବଦା ଚଞ୍ଚଳ ରହିବ । ମିଳିବାକୁ ଥିବା ଦ୍ରବ୍ୟର ପ୍ରାପ୍ତି ବିଳମ୍ବରେ ହେବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଆସିବ ।

ବିଛା- କିଛି ମୂଲ୍ୟବାନ ବସ୍ତୁ କିମ୍ବା ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି। ଦିନଟିରେ ଆପଣ ଚିନ୍ତାରେ ପଡ଼ିବେ । ଜୀବନ ସାଥିଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନ୍ନତି ଦେଖାଦେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ । ବିଦ୍ୟାର୍ଥୀମାନେ ଅସଫଳ ହେବେ ।

ଧନୁ- ସୁଖ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ବିରୋଧୀମାନେ ହଇରାଣ କରିବାକୁ ପ୍ରୟାସ କରିବେ । କର୍ମ କ୍ଷେତ୍ରରେ ସାବଧାନ ଅବଲମ୍ବନ କରନ୍ତୁ । ଆର୍ଥିକ ଅନଟନ ଦେଖା ଦେଇପାରେ। ବିଦ୍ୟାର୍ଥୀମାନେ ଅବହେଳିତ ହେବେ ।

ମକର- ସୁଖ ପ୍ରାପ୍ତି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ବିରୋଧୀମାନେ ହଇରାଣ କରିବାକୁ ପ୍ରୟାସ କରି ବିଫଳ ହେବେ । କର୍ମ କ୍ଷେତ୍ରରେ ସାବଧାନ ଅବଲମ୍ବନ କରନ୍ତୁ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ । ବିଦ୍ୟାର୍ଥୀମାନେ ଉଚ୍ଚାଭିଳାସୀ ହେବେ ।

କୁମ୍ଭ- ଆପଣଙ୍କ କାର୍ଯ୍ୟରେ କୌଣସି ବ୍ୟକ୍ତି ବାଧା ସୃଷ୍ଟି କରିପାରନ୍ତି । ଚାକିରିରେ ମଧ୍ୟମ ଫଳ ପ୍ରାପ୍ତି । ବ୍ୟବସାୟରେ ଧାର ଦିଅନ୍ତୁ ନାହିଁ । ଆର୍ଥିକ ସ୍ଥିତିରେ ବୃଦ୍ଧି ସହିତ ମାନସିକ ଶାନ୍ତି ବଜାୟ ରହିବ । ଭ୍ରମଣର ଯୋଗ ରହିଛି । ବିଦ୍ୟାର୍ଥୀମାନେ ସଫଳ ହେବେ ।

ମୀନ- ରାଶିକୁ ଶ୍ରୀ ଚନ୍ଦ୍ର ରହିଥିବାରୁ ଦିନଟିରେ ଉତ୍ତମ ଫଳ ପ୍ରାପ୍ତ କରିବେ। ବ୍ୟବସାୟୀମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତାଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳତା ଅର୍ଜନ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.