ଭୁବନେଶ୍ବର ୮।୫: ଆତଙ୍କବାଦୀଙ୍କ ବିରୋଧରେ ଭାରତର ‘ଅପରେସନ ସିନ୍ଦୂର’ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ‘ଅପରେସନ ସିନ୍ଦୂର’ରେ ସୀମିତ ରହିବନି ଆକ୍ସନ । ପ୍ରଧାନମନ୍ତ୍ରୀ କହିଛନ୍ତି ଆଗକୁ ଆହୁରି ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ଓଡ଼ିଶା । ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି ରାଜ୍ୟ । ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି । କୌଣସି ପ୍ରକାର କଳାବଜାରୀକୁ ପ୍ରଶ୍ରୟ ଦିଆଯିବ ନାହିଁ । ସରକାରଙ୍କ ନଜରରେ ମାର୍କେଟ୍ ଅଛି ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାର ପ୍ରତିଶୋଧ ନେଇଛି ଭାରତ । ଆତଙ୍କବାଦୀଙ୍କ ବିରୋଧରେ ଭାରତୀୟ ସେନା କରିଛି ‘ଅପରେସନ ସିନ୍ଦୂର’ । ଆତଙ୍କବାଦୀଙ୍କ ଆଡ୍ଡା ଉପରେ କରିଛି ମିଜାଇଲ୍ ମାଡ଼ । ପାକ୍ ଅଧିକୃତ କାଶ୍ମୀର (PoK)ର ୯ଟି ଆତଙ୍କୀ ଶିବିର ଉପରେ ଭାରତର ଏୟାର ଷ୍ଟ୍ରାଇକ୍ ।
You Can Read:
ଛତିଶଗଡ-ତେଲେଙ୍ଗାନା ସୀମାରେ IED ବିସ୍ଫୋରଣ : ୩ ଯବାନ ସହିଦ, ଜଣେ ଗୁରୁତର