ରଥଯାତ୍ରାକୁ ନେଇ କୌଣସି ରାଜନୈତିକ ସମାଲୋଚନା କିମ୍ବା ରାଜନୀତି ବାତାବରଣ ତିଆରି କରିବାକୁ ଆମେ ଚାହୁଁନାହୁଁ

Published By : Prameya-News7 Bureau | July 02, 2025 IST

ଭୁବନେଶ୍ବର ୨।୭: ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କ ଅଭିଯୋଗ ଉପରେ କଡ଼ା ଜବାବ ରଖିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ମନ୍ତ୍ରୀ କହିଲେ, ଯେଉଁମାନେ ଅକର୍ମା ଲୋକ ବୋଲି ନିଜକୁ ପ୍ରମାଣିତ କରିସାରିଛନ୍ତି, ସେମାନେ ଅଧିକ କଥା କହୁଛନ୍ତି । ବିରୋଧୀ କେମିତି ରଥଯାତ୍ରା ପରିଚାଳନା କରୁଥିଲେ, ଅତୀତରେ ଓଡ଼ିଶାବାସୀ ଜାଣିଛନ୍ତି । ତାଙ୍କ ସମୟରେ କ’ଣ ଘଟଣା ଘଟୁଥିଲା ସମସ୍ତେ ଦେଖିଛନ୍ତି । ଏ ବାବଦରେ ବେଶୀ କିଛି କହିବାର ନାହିଁ । ରଥଯାତ୍ରାକୁ ନେଇ କୌଣସି ରାଜନୈତିକ ସମାଲୋଚନା କିମ୍ବା ରାଜନୀତି ବାତାବରଣ ତିଆରି କରିବାକୁ ଆମେ ଚାହୁଁନାହୁଁ । କୌଣସି ରାଜନୈତିକ ଟିପ୍ପଣୀ ଦେବାକୁ ଚାହୁଁନି ବୋଲି କହିଲେ ଆଇନ ମନ୍ତ୍ରୀ । ଯେଉଁମାନେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ରାଜନୀତି କରୁଛନ୍ତି, ସେମାନଙ୍କୁ ଭଗବାନ ଦଣ୍ଡିତ କରିବେ । 

ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ହେଉ । ଜଗନ୍ନାଥଙ୍କ ଆଶୀର୍ବାଦରେ ହିଁ ରଥଯାତ୍ରାର ସଂପୂର୍ଣ୍ଣ ପ୍ରକ୍ରିୟା ଭଲରେ ଭଲରେ ଶେଷ ହେବ । ଲୋକଙ୍କ ପାଇଁ ଯାହା ଆବଶ୍ୟକ ସବୁ ବ୍ୟବସ୍ଥା କରାଯାଇଛି । ମଙ୍ଗଳବାର ମଧ୍ୟ ମୁଖ୍ୟମନ୍ତ୍ରୀ ସମସ୍ତ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ସେବାୟତ ମାନଙ୍କ ସହ ମଧ୍ୟ ଭେଟି ଆଲୋଚନା ହୋଇଛି । ତେଣୁ କୌଣସି ସମସ୍ୟା ହେବନାହିଁ ବୋଲି ପୁରା ବିଶ୍ୱାସ ଅଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

You Can Read:

ଆସନ୍ତା ୬ ତାରିଖ ଯାଏଁ ଲାଗି ରହିବ ବର୍ଷା, ଅପରାହ୍ନରେ ଟ୍ବିନ୍‌ସିଟିରେ ପ୍ରବଳ ବର୍ଷା ସମ୍ଭାବନା

  • odisha
  • OdishaNews
  • Ratha Yatra 2025
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.