ରସୁଲଗଡ଼ ହତ୍ୟା ଘଟଣାରେ ଆଇନ ମନ୍ତ୍ରୀଙ୍କ ସୂଚନା, ଦୋଷୀଙ୍କୁ ନିଶ୍ଚିତ ଧରାଯିବ

Published By : Prameya-News7 Bureau | January 08, 2025 IST

ଭୁବନେଶ୍ୱର ୦୮।୦୧ : ରସୁଲଗଡ଼ ଓଭରବ୍ରିଜ୍‌ରେ ଯୁବକଙ୍କୁ ହତ୍ୟା ଘଟଣା । ଏହି ହତ୍ୟାକାଣ୍ଡ ନେଇ ପୋଲିସ ତଦନ୍ତ କରୁଛି । ଦୋଷୀଙ୍କୁ ନିଶ୍ଚିତ ଧରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଦୋଷୀକୁ ନିଶ୍ଚିତ ଧରାଯିବ । କେବଳ ଆଜିର ଘଟଣା ନୁହେଁ, କିଛି ଦିନ ହେବ ଏଭଳି ଘଟଣା ବିଭିନ୍ନ ଅଞ୍ଚଳରୁ ନଜରକୁ ଆସୁଛି । ଗତ ୨୪ ବର୍ଷ ସରକାରରେ ଅପରାଧ ଘଟାଇ ଦୋଷୀ ପଳାଉଥିଲେ । ପୋଲିସ ଧରି ପାରୁନଥିଲା । କିନ୍ତୁ ଆମ ସରକାରର ନିଷ୍ପତ୍ତି କୌଣସି ବି ଅପରାଧି ଖସି ଯାଇପାରିବ ନାହିଁ । ସେଇ ସମାନ ପୋଲିସ ଏବେ ଅପରାଧୀକୁ ଧରୁଛି । କିନ୍ତୁ ପୂର୍ବ ସରକାରରେ ଏହା ହେଉନଥିଲା ।

ସୂଚନାଯୋଗ୍ୟ ଯେ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ କେଦାରପଲ୍ଲୀ ବସ୍ତିର ସହଦେବ ଏକ ନାଲି ରଙ୍ଗର ଜୁପିଟର ସ୍କୁଟି ଯୋଗେ ଭିଏସ୍‌ଏସ୍‌ ନଗରରୁ ରସୁଲଗଡ଼ ପଟକୁ ଆସୁଥିଲେ । ଏହି ସମୟରେ ୪ ଜଣ ଯୁବକ ଦୁଇଟି ବାଇକ୍‌ରେ ତାଙ୍କୁ ପିଛା କରିଥିଲେ । ଜାତୀୟ ରାଜପଥର ବାଣୀବିହାର ଓଭରବ୍ରିଜ ଉପରେ ତାଙ୍କୁ ଅତର୍କିତ ଖଣ୍ଡାରେ ଚୋଟ ମାରିଥିଲେ । ଫଳରେ ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିଲା । ଏହି ହତ୍ୟାକାଣ୍ଡ ଘଟାଇବା ପରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ । 

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.