ବଙ୍ଗୋପସାଗରରେ ଅବପାତର ରୂପ ନେଲା ସୁଦୃଶ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | August 31, 2024 IST

ଭୁବନେଶ୍ବର ୩୧।୮: ବଙ୍ଗୋପସାଗରରେ ଅବପାତ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଲା ସୁଦୃଶ ଲଘୁଚାପ । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତ୍ରିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ୭୦ରୁ ୨୦୦ ମିଲିମିଟର  ବର୍ଷା ହୋଇପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ  ହେବାର ଆଶଙ୍କା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା  ଆଶଙ୍କା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ  ଜାରି କରାଯାଇଛି । ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର,  କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା  ରହିଛି । ୧ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଦୁଇ ଦିନ  ଧରି ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ପରେ ସଂପୃକ୍ତ   ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସ୍‌ଆରସି ଚିଠି ଲେଖିଛନ୍ତି ।  ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । 

You Can Read:

ନିର୍ମାଣ ଶ୍ରମିକମାନଙ୍କୁ ଲେବର କାର୍ଡ ବଣ୍ଟନ କଲେ ଶ୍ରମ ମନ୍ତ୍ରୀ, ୩୧୪ ବ୍ଲକରେ କରାଯିବ ପଞ୍ଜିକରଣ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.