ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ, ପରବର୍ତ୍ତୀ ୩୬ଘଣ୍ଟାରେ ପରିଣତ ହେବ ଅବପାତରେ !

Published By : Prameya-News7 Bureau | May 21, 2025 IST

ଭୁବନେଶ୍ବର ୨୧।୫: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ । ଏହା ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ । ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।



‘ଏକ୍ସ’ ଜରିଆରେ ଉମାଶଙ୍କର ଲେଖିଛନ୍ତି, ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବ । 

ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

You Can Read:

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ : ୪୩ ସରପଞ୍ଚ, ୨୭୨ ଓ୍ୱାର୍ଡସଭ୍ୟ ପାଇଁ ହେବ ଭୋଟ୍

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.