ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ; ବର୍ଷାରେ ଭିଜିବ ଗଣେଶ ପୂଜା, ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

Published By : Prameya-News7 Bureau | September 06, 2024 IST

ଭୁବନେଶ୍ୱର,୦୬/୦୯: ଉତ୍ତର ଆନ୍ଧ୍ର ପ୍ରଦେଶରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଅପରାହ୍ନ ୪ଟାରେ ବିଶାଖାପାଟଣା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ୭ରୁ ୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆକଳନ କରିଛନ୍ତି ବରିଷ୍ଠ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ । 

ଶୁକ୍ରବାର ଠାରୁ ରାଜ୍ୟରେ ବର୍ଷା ଜାରି ରହିବ । ୭ ତାରିଖ ଗଣେଶ ପୂଜା ଦିନ ଉପକୂଳ  ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ବର୍ଷା ନେଇ ୧୮  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ସେଥିମଧ୍ୟରେ ରହିଛି ବାଲେଶ୍ୱର,   ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି,   ନୂଆପଡ଼ା ଓ ବଲାଙ୍ଗିର । ସେହିପରି ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା  ହୋଇପାରେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.