ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ; ଭିଜିବ ଦକ୍ଷିଣ ଓ ଉପକୂଳ ଓଡ଼ିଶା, ୧୧ ଯାଏ ବର୍ଷା

Published By : Prameya-News7 Bureau | November 09, 2024 IST

ଭୁବନେଶ୍ୱର,୦୯/୧୧: ଭିଜିବ ଓଡ଼ିଶା । ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ  ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଥିବା ଭାରତୀୟ  ପାଣିପାଗ ବିଭାଗ ବା ଆଇଏମ୍‌ଡି ପୂର୍ବାନୁମାନ କରିଛି ।

ଲଘୁଚାପ ସୃଷ୍ଟି ପରେ ଏହା ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ପହଞ୍ଚିବ ।   ଓଡ଼ିଶା ଉପରେ ଲଘୁଚାପର ହାଲୁକା ପ୍ରଭାବ ରହିପାରେ ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ ଆକଳନ  କରିଛନ୍ତି । ସେ କହିଛନ୍ତି, ୯ ତାରିଖ  ରାତିରୁ ୧୧ ତାରିଖ ଯାଏ ଦକ୍ଷିଣ ଓଡ଼ିଶା ଓ  ଉପକୂଳ ଓଡ଼ିଶାରେ ବର୍ଷା ହେବ । ତେବେ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି ଆକଳନ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.