ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ : ଆଗାମୀ ୨ ଦିନ ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ

Published By : Prameya-News7 Bureau | July 26, 2024 IST

ଭୁବନେଶ୍ବର ୨୬: ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଆଗାମୀ ଦୁଇ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି । ତେବେ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଛାଡି ଅନ୍ୟସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।  

ସେହିଭଳି ରାଜଧାନୀ ଦିଲ୍ଲୀରେ ଭୀଷଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବୁଡ଼ିଛି ରାସ୍ତାଘାଟ, ଘରେ ପାଣି ପଶିଛି । ରାଜଧାନୀର ଶାନ୍ତି ପଥ, ନାରୋଜୀ ନଗର, ଭିକାଜୀ କାମା ଅଞ୍ଚଳ ଏବେ ପାଣି ଘେରରେ । ପରିସ୍ଥିତି ଏମିତି ହୋଇଛି କି ବନ୍ୟା ଭଳି ସ୍ଥିତି ଉପୁଜିଛି । 


You Can Read:

ଘର ଆଗରେ ବସିଥିବା ବେଳେ ଗାଡ଼ି ଦୁର୍ଘଟଣାକୁ କେନ୍ଦ୍ରକରି ଛୁରାମାଡ, ୩ ଆହତ ସୂଚନା

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.