ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | July 19, 2024 IST

ଭୁବନେଶ୍ବର : ଅବପାତରେ ପରିଣତ ହୋଇଛି ସୁଦୃଶ ଲଘୁଚାପ । ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ । ଯାହା ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହା ରହିଛି । ଯାହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ସକାଳେ ପୁରୀ ନିକଟରେ ଉପକୂଳ ଅତିକ୍ରମ କରିବ । 

ଏହାର ପ୍ରଭାବରେ ଶୁକ୍ରବାର ସାରା ରାଜ୍ୟରେ ବର୍ଷା ହେବା ସହ ପ୍ରବଳ ଓ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଶନିବାର ମଧ୍ୟ ରାଜ୍ୟରେ ବର୍ଷା ହେବ । ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ ହୋଇଛି । ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ପବନର ବେଗ ପ୍ରାୟ ୫୦ କି.ମି. ରହିବ ବୋଲି ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି । 

You Can Read:

ବାଣ ଫୁଟାଇବା ଉପରେ କଟକଣା : ନୀଳାଦ୍ରି ବିଜେ ପହଣ୍ଡି ବେଳେ ଶ୍ରୀମନ୍ଦିରରେ ଫୁଟିବନି ଆତସବାଜି

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.