ପ୍ରୟାଗରାଜ ୨୯/୦୧: ମହାକୁମ୍ଭମେଳାରେ ଦଳାଚକଟା ପରେ ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏହାରି ଭିତରେ ସିଏମ୍ ଯୋଗୀ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଗୁଜବ ଉପରେ ବିଶ୍ବାସ କରନି । ଦଳାଚକଟା ସ୍ଥିତି ପରେ ଏବେ ସ୍ଥିତି ସ୍ବାଭାବିକ ରହିଛି । ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ଦିନ ତମାମ ମୌନି ଅମାବାସ୍ୟା ବୁଡ଼ ପକାଇବାର ଶୁଭ ମୁହୂର୍ତ୍ତ ରହିଛି ।
ଅଜଥାରେ ଗହଳି ନକରିବାକୁ ପରାମର୍ଶ ଦେଇଛନ୍ତି ଯୋଗୀ । ସାହିସ୍ନାନ ବେଳେ ଦଳାଚକଟାରେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି । ଭିଡ଼ କମିବା ପରେ ପୁଣି ଥରେ ସାହି ସ୍ନାନ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୩ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇ ସାରିଲେଣି।
#WATCH | Lucknow | Uttar Pradesh CM Yogi Adityanath says," The situation in Prayagraj is under control..."
— ANI (@ANI) January 29, 2025
"Around 8-10 crore devotees are present in Prayagraj today. There is continuous pressure due to the movement of devotees towards the Sangam Nose. A few devotees have… pic.twitter.com/lOc1OIraqm
ଆଜି ମୌନୀ ଅମାବାସ୍ୟା ପାଇଁ ପ୍ରୟାଗରାଜରେ ୧୦ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ ବୋଲି ଆଶା କରାଯାଇଥିଲା। ଭୋର ୪ଟାରୁ ଅମୃତ ସ୍ନାନ ଆରମ୍ଭ ହୋଇଥିଲା। ଏହା ପୂର୍ବରୁ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁମାନେ ଏକାଠି ହୋଇଥିଲେ। ଏହି ସମୟରେ ବ୍ୟାରିକେଡ୍ ଭାଙ୍ଗିଯିବାରୁ ଦଳାଚକଟା ହୋଇଥିଲା ।