ବିଜେଡି ପଦାଧିକାରୀରେ ବଡ଼ ପରିବର୍ତ୍ତନ, ୧୪ ମୁଖପାତ୍ର ନିଯୁକ୍ତ, ସଂତୃପ୍ତ ନବୀନଙ୍କ ରାଜନୈତିକ ସଚିବ

Published By : Prameya-News7 Bureau | July 07, 2024 IST

ଭୁବନେଶ୍ଵର: ପବିତ୍ର ରଥଯାତ୍ରାରେ ବିରୋଧୀ ବିଜୁ ଜନତା ଦଳ ରାଜ୍ୟସ୍ତରୀୟ ପଦାଧିକାରୀ କମିଟିରେ ବଡ଼ ଧରଣର ଅଦଳ ବଦଳ କରିଛି। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ଯସ୍ତରୀୟ ସମସ୍ତ କମିଟିକୁ ଭଙ୍ଗ କରିଛନ୍ତି । ଖୁବଶୀଘ୍ର ନୂଆ କମିଟି ଗଠନ ହେବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି । ଜିଲ୍ଲା ସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ ରହିବେ । ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରାଯାଇଛି ।  ଦଳପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି।  

Also read: ସେଣ୍ଟ୍ରାଲ ସ୍କୁଲ ଛାତ୍ର ମୃତ୍ୟୁ ଘଟଣାର ଖୁଲାସା, ଶାଢୀ କାନିରେ ପୁଅର ତଣ୍ଟି ଚିପି ମାରିଥିଲା ମାଆ

ବିଜ୍ଞପ୍ତି ଅନୁଯାୟୀ, ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କର ଜନସଂପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରାଯାଇଛି ।  ୫ ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଦଳ ଘୋଷଣା କରିଛି । ଡ. ସଂତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦଳ ନିଯୁକ୍ତ କରିଛି । 

ସେହିପରି ୧୪ ଜଣଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର ଭାବେ ଦଳ ଦାୟିତ୍ବ ଦେଇଛି । ଏଥିରେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ,ଡ. ଅରୁଣ କୁମାର ସାହୁ, କ୍ଯାପଟେନ ଦିବ୍ଯ ଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ।

ବରିଷ୍ଠ ନେତା ପ୍ରତାପ ଜେନାଙ୍କୁ ବରିଷ୍ଠ ରାଜ୍ୟ ଗଣମାଧ୍ୟମ ସଂଯୋଜକ ଭାବେ ନିଯୁକ୍ତ ହୋଇଥିବାବେଳେ ସ୍ବୟଂ ପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋର୍ଡିନେଟର, ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦଳ ନିଯୁକ୍ତ କରିଛି ଦଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.