ଭୁବନେଶ୍ୱର ୧୨/୦୫: ଆଉ ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ ବାୟୁ । ଅର୍ଥାତ୍ ମେ ୧୩ ତାରିଖରେ ଆଣ୍ଡାମାନ ଛୁଇଁବ ମୌସୁମୀ ବାୟୁ । ଏନେଇ ସୂଚାଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । Xରେ ସ୍ପଷ୍ଟ କରିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ।
୧୩ ରେ ଆଣ୍ଡାମାନ ଛୁଇଁବ #ମୌସୁମୀ !!
— usd (@usd0705) May 12, 2025
ଆସନ୍ତା #୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜ ର କିଛି ଅଞ୍ଚଳକୁ; ଦକ୍ଷିଣପଶ୍ଚିମ #ମୌସୁମୀବାୟୁ ଅଗ୍ରସର ପାଇଁ ପାଣିପାଗ ସ୍ତିତି ସମ୍ପୂର୍ଣ ଅନୁକୂଳ ରହିଛି | pic.twitter.com/yXBnPwb2o1
ସୂଚନା ଥାଉକି, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗର ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜର କିଛି ଅଞ୍ଚଳକୁ ଛୁଇଁବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ସେ କହିଛନ୍ତି ଦକ୍ଷିଣ ପଶ୍ଚିମ ମୌସୁମୀବାୟୁ ଅଗ୍ରସର ପାଇଁ ପାଣିପାଗ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି ।
ଏପଟେ ତତଲା କଡ଼େଇରେ ଭାଜି ହେଉଛନ୍ତି ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।
ମଙ୍ଗଳବାର ପାଇଁ ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ଚେତାବନୀ ଜାରି ହୋଇଛି। ଅନ୍ୟପକ୍ଷରେ ପ୍ରଚଣ୍ଡ ଖରା ବେଳେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।