ରଣକ୍ଷେତ୍ର ଲୋୟର ପିଏମ୍‌ଜି, ହସ୍ପିଟାଲରେ ଭର୍ତ୍ତି ହେଲେ ଅନେକ ବିଜେଡି କର୍ମୀ

Published By : Prameya-News7 Bureau | July 16, 2025 IST

ଭୁବନେଶ୍ୱର ୧୬/୦୭: ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ସାରା ରାଜ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି । ତେଜୁଛି ଆନ୍ଦୋଳନ । ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଲୋୟର ପିଏମଜିରେ ପୁଲିସ୍‌- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେଭା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରକୁ ପାଣି ମାଡ ସହ ଲୁହାବୁହା ଗ୍ୟାସ୍‌ କରିଛି ପୁଲିସ୍‌ । ଏହି ଲୁହାବୁହା ଗ୍ୟାସ୍‌ ମାଡରେ  ପ୍ରଣବପ୍ରକାଶ ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା । 

ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଆନ୍ଦୋଳନ କାରୀଙ୍କୁ ଉଠାଇନେଇଛି ପୁଲିସ୍‌ ।  ଶତାଧିକ ବିଜେଡି କର୍ମୀ ଅଟକ ଥିବା ସୂଚନା । ଏଫ୍‌ଏମ୍‌  କଲେଜ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ  ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି ।   

ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ଛାତ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି  । 

ସେପଟେ ଅରୁଣ ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୁଲିସ । ଏଫ୍‌ଏମ୍‌ କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ ତ୍ରୀବ୍ର ହେଉଛି ପ୍ରତିବାଦ । ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଆନ୍ଦୋଳନ ଏବଂ ପ୍ରତିବାଦ । ବିରୋଧୀ ବିଜେଡି ଆଜି ଏହି ପ୍ରସଙ୍ଗରେ ବାଲେଶ୍ୱର ବନ୍ଦ ଡାକରା ଦେବା ସହ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିଛି । 

ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୋଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି ।

  • FM College Student Death
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.