ବିଧାନସଭା ସମ୍ମୁଖରେ ମହିଳା ସଂଗଠନର ବିକ୍ଷୋଭ, ୧୦ ଦଫା ଦାବି ନେଇ ଆନ୍ଦୋଳନ

Published By : Prameya-News7 Bureau | December 09, 2024 IST

ଭୁବନେଶ୍ୱର ୦୯।୧୨ : ବିଧାନସଭା ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନର ଗର୍ଜନ । କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ବକେୟା ଦରମା ପ୍ରଦାନ ଦାବି ନେଇ ବିଧାନସଭା ସମ୍ମୁଖରେ ଅଲ୍‌ ଓଡିଶା ଜିପିଏଲ୍‌ଏଫ୍‌ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିଛି । ବାରମ୍ବାର ଅଭିଯୋଗ ପରେ ବି ସରକାର କିଛି ଶୁଣୁନାହାନ୍ତି । ସେଥିପାଇଁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଆନ୍ଦୋଳନକୁ ଓହ୍ଲାଇବାକୁ ସଂଘ ନିଷ୍ପତ୍ତି ନେଇଛି । ୧୦ ଦଫା ଦାବି ନେଇ ରାଜ୍ୟ ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛି ସଂଘ । ଯଦି ଏହି ଦାବିର ତୁରନ୍ତ ସମାଧାନ ନହେବ, ତେବେ ଆଗାମୀ ଦିନରେ ଓଡିଶାରେ ଥିବା ୬୦ ହଜାର କର୍ମା ଆନ୍ଦୋଳନରେ ସାମିଲ ହେବେ ବୋଲି ଚେତାବନୀ ଦେଇଛି ସଂଘ । 

ଅନ୍ୟପଟେ ଗୋଟିଏ ଦିନର ବିରତି ପରେ ଆଜି ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ ।  ସୋମବାର ପୁଣି ସରଗରମ ହେବ ବିଧାନସଭା। ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ରାଜ୍ୟରେ  ପୂର୍ବତଟ ରେଳପଥକୁ ସଙ୍କୁଚିତ କରିବା, କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗକୁ ନେଇ ଗୃହରେ ଘମାଘୋଟ ଆଲୋଚନା ହୋଇପାରେ। ସେହିପରି ଶାସକ ଦଳ ମଧ୍ୟ ବହୁ ପ୍ରସଙ୍ଗ ଉଠାଇପାରେ l  ବିରୋଧୀଙ୍କ ପକ୍ଷରୁ ମଧ୍ୟ ଦିଆଯାଇପାରେ ମୁଲତବି ପ୍ରସ୍ତାବ। 

 

  • odisha
  • OdishaNews
  • Odisha Assembly
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.