ଭୁବନେଶ୍ବର ୧୮।୧: ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା । ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି । ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ସେମାନେ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ନିଜ ମତ ଜଣାଇବା ପରେ ଶଙ୍ଖ ଭବନରେ ବିଜେଡିରେ ମିଶିଛନ୍ତି ।
ହିଞ୍ଜିଳି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ । ଯେଉଁଠାରୁ ସେ ଲଗାତାର ୬ଥର ବିଧାୟକ ଭାବେ ଜିତିଛନ୍ତି । ଗତ ନିର୍ବାଚନରେ ବି ହିଞ୍ଜିଳିବାସୀ ନବୀନଙ୍କ ଉପରେ ଆଶୀର୍ବାଦ ବର୍ଷା କରି ବିଧାୟକ କରିଛନ୍ତି । ସମସ୍ତଙ୍କୁ ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କ ପକ୍ଷରୁ ସ୍ୱାଗତ କରିଛନ୍ତି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର, କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା ଓ ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ । ବିଜେଡିକୁ ଅଧିକ ସଂଗଠିତ କରିବାକୁ ସମସ୍ତେ ସଂକଳ୍ପବଧ ।
ଆଜି ଗଞ୍ଜାମ ଜିଲ୍ଲା ବିଶେଷ କରି ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ପାଇଁ ଗୋଟେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ଦିନ । ଓଡ଼ିଶାର ଲୋକପ୍ରିୟ ଜନନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ଉପରେ ଭରସା କରି ବୁରୁପଡା ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଅନେକ ବରିଷ୍ଠ ନେତା ବିଜେଡିରେ ସାମିଲ ହୋଇଛନ୍ତି । ତୃଣମୂଳ ସ୍ତରରେ ନବୀନ ପଟ୍ଟନାୟକଙ୍କ ଉପରେ ନବୀନ ପଟ୍ଟନାୟକଙ୍କ ଉପରେ ଆସ୍ଥା ଓ ଭରସା ରହିଛି । ବୁରୁପଡା ପଞ୍ଚାୟତକୁ ଆହୁରି କ୍ରିୟାଶୀଳ କରିବେ ବୋଲି ଆଶା ରହିଛି । ଯାହା ବିଜେଡିକୁ ଆହୁରି ଶକ୍ତିଶାଳୀ କରିବ ବୋଲି ବିଜେଡିରେ ସାମିଲ ହେବା ପରେ ପଞ୍ଚାୟତ ପ୍ରତିନିଧି ପ୍ରକାଶ କରିଛନ୍ତି ।
You Can Read:
ତଦନ୍ତକାରୀ ପୋଲିସ ଅଧିକାରୀଙ୍କୁ ମିଳିବ ବାଇକ୍ ସହ ତଦନ୍ତ ସମ୍ପର୍କିତ କିଟ୍ : ଡ଼ିଜିପି