ଭୁବନେଶ୍ୱର ୦୩।୧୧: ମାଟ୍ରିକ ପରୀକ୍ଷା ପ୍ରସ୍ତୁତି । ୨୦୨୪- ୨୫ ଶିକ୍ଷାବର୍ଷର ମାଟ୍ରିକ୍ ପରୀକ୍ଷା ଲାଗି ଆଜିଠାରୁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍ ଲାଇନରେ ବିଦ୍ୟାଳୟ କର୍ତ୍ତୃପକ୍ଷ କରିବେ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଦ୍ଦେଶନାମା ଜାରି କରିଛି।
ତେବେ ଫର୍ମ ପୂରଣର ଶେଷ ସମୟ ଆସନ୍ତା ୧୮ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ରହିଛି। ଅନ୍ୟପକ୍ଷରେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ସିଲାବସ୍ ଅଧାରରେ ପାଠ୍ୟପୁସ୍ତକର ଅଧା କୋର୍ସ ତଥା ଟର୍ମ -୧ ଅନୁସାରେ ବିଦ୍ୟାଳୟ ସ୍ତରରେ ହୋଇଥିବା ଦୁଇଟି ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ନମ୍ବର ଆଜିଠାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ ୱେବ୍ ସାଇଟ୍ ରେ ଅପଲୋଡ୍ କରିବେ। ଏହି ପ୍ରକ୍ରିୟା ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ।