ଭୁବନେଶ୍ଵର ୨୬।୦୫ : ପ୍ରକାଶ ପାଇଛି ମାଟ୍ରିକ୍ ରେଜଲ୍ଟ। ଚଳିତ ବର୍ଷ ପାସ୍ ହାର ୯୬.୦୭ ପ୍ରତିଶତ ରହିଛି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ଏଥର ବି ପୁଅଙ୍କୁ ପଛରେ ପକାଇ ଝିଅ ଆଗରେ ରହିଛନ୍ତି। ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଥିବା ବେଳେ ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ରହିଛି। ଚଳିତ ବର୍ଷ ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୦ ହଜାର ୧୫୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି।
ତେବେ ଯେଉଁମାନଙ୍କର ମାର୍କିଂରେ ତ୍ରୁଟି ରହିଛି ସେମାନେ ରି-ଚେକିଂ ପାଇଁ ଆବେଦନ କରିପାରିବେ। ମେ ୨୯ ରୁ ୧୨ ଜୁନ୍ ଯାଏଁ ରି-ଚେକିଂ ପାଇଁ ଅନଲାଇନ୍ରେ ଆବେଦନ କରିପାରିବେ। ୨୬୪୪ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ପାସ୍ ହାର ୯୭.୯୮ ପ୍ରତିଶତ ରହିଛି। ସେହିପରି ନୂଆପଡ଼ାରେ ସର୍ବନିମ୍ନ ୯୩.୯୧ ପ୍ରତିଶତ ପାସ୍ ହାର ରହିଛି। ଗତବର୍ଷ ଏବଂ ଚଳିତ ବର୍ଷ ସମାନ ପାସ୍ ହାର ରହିଛି।