ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମେଣ୍ଢା ପୋଡି ନୀତି, ଦୋଳବେଦୀକୁ ବିଜେ କରିବେ ଚଳନ୍ତି ପ୍ରତିମା

Published By : Prameya-News7 Bureau | March 13, 2025 IST

ପୁରୀ ୧୩/୦୩: ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ପୂର୍ବଦିନ ଅର୍ଥାତ ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢା ପୋଡି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ। 

ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯିବ। ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ। ତେବେ ଆସନ୍ତାକାଲି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହେବ। 

ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଶ୍ରୀଦେବୀ ଦୋଳବେଦୀକୁ ଆସି ଭକ୍ତଙ୍କ ସହ ଫଗୁ ଖେଳିବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.