ସାରା ରାଜ୍ୟରେ ମୌସୁମୀ ସକ୍ରିୟ, ୪ ଦିନ ପ୍ରବଳ ବର୍ଷିବ !

Published By : Prameya-News7 Bureau | June 23, 2024 IST

ଭୁବନେଶ୍ୱର: ରାଜ୍ୟର ସମସ୍ତ ଅଞ୍ଚଳକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ। ମୌସୁମୀ ସକ୍ରିୟା ହେବା ଯୋଗୁଁ ଆଗାମୀ ୪ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। କାଲି ୨୮ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବର୍ଷା ବେଳେ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି। ଏନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ବେଳେ ୩୦ରୁ ୪୦ କିମି ବେଗରେ ପବନ ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନା ଦେଇଛି।

ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି । ଏହାପରେ ୨୬ରୁ ପୁଣି ବଢିବ ବର୍ଷାର ପରିମାଣ । ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି ।

ସେହିପରି ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ୪ଟି ବୈଷୟିକ କମିଟି ଗଠନ ହେବ। ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.