ଅସହ୍ୟ ଗରମରୁ ଆଶ୍ୱସ୍ତ ରାଜଧାନୀ: ବୁଧବାର ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

Published By : Prameya-News7 Bureau | June 18, 2024 IST

Internet

ଭୁବନେଶ୍ୱର: ଭୁବନେଶ୍ୱରରେ ବର୍ଷା ହେବା ପରେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି ରାଜଧାନୀବାସୀ। ସକାଳେ ଅସହ୍ୟ ଗରମ ଓ ଗୁଳୁଗୁଳି ପରେ ଅପରାହ୍ନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। କିଛି ସ୍ଥାନରେ ଗଛ ଭାଙ୍ଗି ଯାଇଥିଲା। ସେପଟେ ଶନିବାର ପର୍ଯ୍ୟନ୍ତ ଘଡ଼ଘଡ଼ି ଓ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। 

  • ବୁଧବାର- ମୟୂରଭଞ୍ଜ, ଅନୁଗୋଳ,ଢେଙ୍କାନାଳ, କଟକ, ଯାଜପୁର, ବାଲେଶ୍ୱର, ଦେବଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାଛଡ଼ା ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
  • ଗୁରୁବାର- କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଜଗତସିଂହପୁର, କଟକ,କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
  • ଶୁକ୍ରବାର- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
  • ଶନିବାର- ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.