ଦିବ୍ୟାଙ୍ଗ ଦମ୍ପତିଙ୍କୁ ୭ ଦିନ ମଧ୍ୟରେ ବିବାହ ସହାୟତା ରାଶି ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

Published By : Prameya-News7 Bureau | May 28, 2025 IST

ଭୁବନେଶ୍ବର ଦିବ୍ୟାଙ୍ଗ ଦମ୍ପତିଙ୍କୁ ୭ ଦିନ ମଧ୍ୟରେ ବିବାହ ସହାୟତା ରାଶି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସାମାଜିକ ଭିନ୍ନକ୍ଷମ ଓ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଅବହେଳା କଲେ ଆକ୍ସନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । 

ଦିବ୍ୟାଙ୍ଗ ଯୁବକ-ଯୁବତୀ ଏବେ ସାଧାରଣ ବ୍ୟକ୍ତି ମଧ୍ୟରେ ବିବାହକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ସହାୟତା ଦେଉଛନ୍ତି । ତେଣୁ ପ୍ରୋତ୍ସାହନ ରାଶି ଦେବାରେ ଅବହେଳା ନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 

ଅନେକ ଆବେଦନକାରୀ ସହାୟତା ରାଶି ପାଇଁ ଅପେକ୍ଷାରତ ଥିବା ସମୀକ୍ଷା ବେଳେ ସାମ୍ନାକୁ ଆସିଛି ।  ଆଗକୁ ଯଦି ଏଭଳି ଘଟଣା ସାମ୍ନାକୁ ଆସେ କର୍ତ୍ତୃପକ୍ଷ ଉତ୍ତରଦାୟୀ ରହିବେ ବୋଲି ମନ୍ତ୍ରୀ କହିଛନ୍ତି ।


You Can Read:

ମାଲବାହୀ ଟ୍ରେନ୍‌ର ୩୦ରୁ ଅଧିକ ବଗି ଲାଇନଚ୍ୟୁତ, ରେଳ ଚଳାଚଳ ପ୍ରଭାବିତ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.